ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜଧାନୀ ଭୁବନେଶ୍ୱରରୁ ଆସିଛି ଏକ ଲଜ୍ଜାଜନକ ଘଟଣା। ଜଣେ ଘରୋଇ ଇଞ୍ଜେନିୟରିଂ କଲେଜ ଛାତ୍ରୀଙ୍କୁ ବଳାତ୍କାର ହୋଇଥିବା ନେଇ ଅଭିଯୋଗ ହୋଇଛି। ଏଭଳି ଘଟଣା ଘଟିଛି ଇନଫୋଭ୍ୟାଲି ଥାନା କାଇମାଟିଆ ଅଞ୍ଚଳରେ। ଜଣେ ଯୁବତୀଙ୍କୁ ପ୍ରେମ ଜାଲରେ ଫସାଇ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଯୁବତୀଙ୍କ ପ୍ରେମିକ ସହ ୩ ଜଣ ଛାତ୍ରଙ୍କ ନାଁରେ ଦୁଷ୍କର୍ମ ଅଭିଯୋଗ ଆସିଛି । ପୀଡିତା ଜଣକ ଏକ ଘରୋଇ କଲେଜର ଛାତ୍ରୀ ହୋଇଥିବା ଜଣାପଡିଛି। ଘଟଣାରେ ସମ୍ପୃକ୍ତ ୪ ଅଭିଯୁକ୍ତଙ୍କୁ ଗିରଫ କରିଛି କମିଶନରେଟ ପୋଲିସ । ଗିରଫ ଅଭିଯୁକ୍ତ ହେଲେ ସିପୁନ ବେହେରା,ରଞ୍ଜନ ବେହେରା ,ଶୁଭଙ୍କର ପାଢ଼ୀ ଓ ରତିକାନ୍ତ । ଦୁଷ୍କର୍ମ ପଛରେ ବୟଫ୍ରେଣ୍ଡ ଓ ତାର ସାଙ୍ଗ ସାମିଲ ଥିଲେ । ଅଭିଯୁକ୍ତକୁ ଗିରଫ ପରେ ପୋଲିସ ତଦନ୍ତ ଜାରି ରଖିଛି।






More Stories
ଯୁବଶକ୍ତି ଦେଶର ସବୁଠୁ ମୂଲ୍ୟବାନ ସମ୍ପତ୍ତି…..
“ଆଜି,ଭାରତ ଏକ ସ୍ଥିର ସରକାର ସହିତ ବିଶ୍ୱ ସ୍ତରରେ ପ୍ରଗତି କରୁଛି……
BCIକୁ CJIଙ୍କ ପରାମର୍ଶ…..