ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭୁବନେଶ୍ୱରରେ ହେବ ‘ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’। ଓଡିଶାର ଲୋକେ ଭିସା ପାଇଁ ଆଉ କୋଲକତା, ଦିଲ୍ଲୀ, ହାଇଦ୍ରାବାଦ ଯିବେ ନାହିଁ। ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରରେ ‘ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’ ପ୍ରତିଷ୍ଠା ପାଇଁ ଅନୁମୋଦନ କରିଛନ୍ତି। ଏହି ପ୍ରସ୍ତାବିତ ଭିସା ସେଣ୍ଟର ଭୁବନେଶ୍ୱର ବରମୁଣ୍ଡାସ୍ଥିତ ବାବାସାହେବ ଆମ୍ବେଦକର ବସ୍ ଟର୍ମିନାଲ୍ ବିଲ୍ଡିଙ୍ଗ୍ ରେ କାର୍ଯ୍ୟକ୍ଷମ ହେବ, ଯାହା ପାଇଁ ଓଡିଶା ସରକାର ୩ ହଜାର ବର୍ଗଫୁଟର ଜାଗା ଯୋଗାଇଦେବେ। ଭୁବନେଶ୍ୱରରେ ଏକ ଭିସା ସେଣ୍ଟର ପ୍ରତିଷ୍ଠା କରିବା ପାଇଁ ରାଜ୍ୟବାସୀଙ୍କ ପକ୍ଷରୁ ବହୁ ଦିନରୁ ଦାବୀ ରହିଆସୁଥିଲା। ଏସବୁକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି।






More Stories
ଆସୁଛି ଲଘୁଚାପ…..
ସୈାମ୍ୟରଞ୍ଜନ ମୃତ୍ୟୁ ଘଟଣା;ଗିରଫ ସଂଖ୍ୟା ୧୧କୁ ବୃଦ୍ଧି….
ବିଜେପିର ଶପଥ ଗ୍ରହଣ ଉତ୍ସବ:ଦୁର୍ଗା ମୂର୍ତ୍ତିରୁ ମଞ୍ଚ ଉପରେ ଝାଲମୁଢି ପର୍ଯ୍ୟନ୍ତ….