ରିପୋର୍ଟ କାର୍ଡ / ଭୁବନେଶ୍ୱର
ଏକ ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ ହୋଇଛି। ଭୁବନେଶ୍ୱର ରେଳ ଷ୍ଟେସନ ଅତିକ୍ରମ ପରେ ଟ୍ରେନଟି ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। ଟ୍ରେନଟି ଲାଇନଚ୍ୟୁତ ହେବା ଯୋଗୁ କୌଣସି କ୍ଷୟକ୍ଷତି ହୋଇନଥିବା ପୂର୍ବତଟ ରେଳପଥ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ସକାଳେ ପ୍ରାୟ ୮ଟା ୪୦ ସମୟରେ ଏକ ମାଲବାହୀ ଟ୍ରେନଟି ଡାଉନ ଲାଇନ ଦେଇ କଟକ ଅଭିମୁଖେ ଯାଉଥିଲା। ବାଣୀବିହାର ଓ ମାଷ୍ଟରକ୍ୟାଣ୍ଟିନ ଷ୍ଟେସନ ମଝିରେ ଟ୍ରେନଟି ଲାଇନଚ୍ୟୁତ ହୋଇଥିଲା। ଟ୍ରେନର ଗୋଟିଏ ବଗି ଟ୍ରାକରୁ ଖସି ଯାଇଥିଲା। ଫଳରେ ସେହି ରୁଟ୍ରେ ଟ୍ରେନ ଚଳାଚଳା ପ୍ରଭାବିତ ହୋଇଛି। ରେଲୱେ ବିଭାଗର କର୍ମଚାରୀ ପହଞ୍ଚି ଟ୍ରାକ ମରାମତି କରୁଥିବା ଜଣାଯାଇଛି।






More Stories
ବିଦ୍ୟୁତଗ୍ରାହକଙ୍କ ପାଇଁ ଖୁସିଖବର:ବଢ଼ିବନି ବିଲ୍…..
ସରକାରଙ୍କ ଉପରେ ବର୍ଷିଲେ ନବୀନ…..
ଭୁଲ ଇଞ୍ଜେକ୍ସନ୍ ନେଲା ଶିଶୁର ଜୀବନ…..