ରିପୋର୍ଟ କାର୍ଡ / ପାରାଦୀପ
ପାରାଦୀପ ବାଉରିଆପାଳନ୍ଦା ନିକଟରେ ଏକ ମାଲବାହୀ ଟ୍ରେନ ଲାଇନଚ୍ୟୁତ ହୋଇଛି। ଟ୍ରେନଟି ଲାଇନଚ୍ୟୁତ ହେବା ଯୋଗୁ କୌଣସି କ୍ଷୟକ୍ଷତି ହୋଇନଥିବା ପୂର୍ବତଟ ରେଳପଥ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ପୂର୍ବାହ୍ଣ ୧୧ଟା ସମୟରେ ଟ୍ରେନଟି ମାଲ ଲୋଡିଂ ପାଇଁ ଯାଉଥିବା ବେଳେ ଲାଇନଚ୍ୟୁତ ହୋଇଥିଲା। ଟ୍ରେନର ଗୋଟିଏ ବଗି ଟ୍ରାକରୁ ଖସି ଯାଇଥିଲା। ଅନ୍ୟ ଏକ ବଗି ଟ୍ରାକ ବାହାରକୁ ଆସି ଓଲଟି ପଡ଼ିଥିଲା। ପୋର୍ଟ କର୍ମଚାରୀ ଓ ରେଲୱେ ବିଭାଗର କର୍ମଚାରୀ ପହଞ୍ଚି ଟ୍ରାକ ମରାମତି କରୁଥିବା ଜଣାଯାଇଛି।






More Stories
ଆମ ବସ୍’ ଯାତ୍ରା ମାଗଣା…..
ଡି.ଏ.ଭି. ପବ୍ଲିକ୍ ସ୍କୁଲ,କଳିଙ୍ଗ ନଗରରେ ରକ୍ଷାବନ୍ଧନ ଉତ୍ସବ ପାଳିତ…..
ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ…..