ରିପୋର୍ଟ କାର୍ଡ / ଭୁବନେଶ୍ଵର
କୃଷି ଭିତ୍ତିକ ଗଣପର୍ବ ନୂଆଖାଇ ଅବସରରେ ପ୍ରତିବର୍ଷ ଛୁଟି ଘୋଷଣା କରାଯାଇଥାଏ। ଚଳିତ ବର୍ଷ ଅଗଷ୍ଟ ୨୯ ତାରିଖକୁ ଛୁଟି ଘୋଷଣା କରାଯାଇଛି। ତେବେ ନୂଆଖାଇ ପରଦିନ ମଧ୍ୟ ପଶ୍ଚିମ ଓଡିଶା ବାସୀଙ୍କ ପାଇଁ ଖୁବ୍ ଗୁରୁତ୍ୱପୂର୍ଣ୍ଣ। ସେ ଦିନ ଆତ୍ମୀୟ ସ୍ୱଜନ ମାନେ ପରସ୍ପର ସହ ସାକ୍ଷାତ କରି ‘ନୂଆଖାଇ ଜୁହାର’ କରନ୍ତି ଏବଂ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମରେ ଭାଗ ନିଅନ୍ତି। ପାରିବାରିକ, ସାମାଜିକ ଓ ସାଂସ୍କୃତିକ ଐତିହ୍ୟକୁ ସୁରକ୍ଷିତ କରିବା ଦିଗରେ ଏହା ଏକ ମହତ୍ୱପୂର୍ଣ୍ଣ ଦିନ ଅଟେ। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଚଳିତ ବର୍ଷ ନୂଆଖାଇର ପରଦିନ ଅର୍ଥାତ ୨୯.୦୮.୨୦୨୫ (ଶୁକ୍ରବାର) ଦିନଟିକୁ ସମସ୍ତ ସରକାରୀ କାର୍ଯ୍ୟାଳୟ ତଥା ମାଜିଷ୍ଟେରିଆଲ କୋର୍ଟ (କାର୍ଯ୍ୟନିର୍ବାହୀ)ପାଇଁ ଛୁଟି ଘୋଷଣା କରିଛନ୍ତି। ଏହା ପରିବର୍ତ୍ତେ ସେପ୍ଟେମ୍ବର ୧୩ ତାରିଖ, ଦ୍ୱିତୀୟ ଶନିବାରକୁ କାର୍ଯ୍ୟଦିବସ ଭାବେ ଘୋଷଣା କରାଯାଇଛି।






More Stories
ବେଆଇନ ନିଯୁକ୍ତି ନେଇ ତାଗିଦ…..
ନୂଆ ରୂପ ନେବ ରାଜ୍ୟର ସବୁ ବସ୍ଷ୍ଟାଣ୍ଡ…..
୧୦ ପ୍ରସ୍ତାବ ଉପରେ ରାଜ୍ୟ କ୍ୟାବିନେଟ୍ ମୋହର…..