ରିପୋର୍ଟ କାର୍ଡ / ଭୁବନେଶ୍ୱର
ଏଣିକି ସରକାରSC/ST ଙ୍କ ଜମି କିଣିବେ। ଧନୀ ଲୋକ ଚାପ ପକାଇ ଜାତି ଓ ଜନଜାତିଙ୍କ ସମ୍ପତ୍ତି ହଡ଼ପ କରିପାରିବେ ନାହିଁ ବୋଲି କହିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ଏନେଇ ରାଜ୍ୟ ସରକାର ଖୁବ୍ଶୀଘ୍ର କର୍ପସ ଫଣ୍ଡ୍ ଗଠନ କରିବେ। ରାଜସ୍ବ ବିଭାଗ ଅତିରିକ୍ତ ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଉକ୍ତ କମିଟି ଗଠନ ହେବ। ଏହି କମିଟିରେ SC/ST ବିଭାଗ ସଚିବ, ନିର୍ଦ୍ଦେଶକ, ବିଶେଷଜ୍ଞ ରହିବେ। SC/ST ବିଭାଗ ଗୃହ କମିଟି, ବିଧାୟକଙ୍କ ପରାମର୍ଶ ନିଆଯିବ। ସମସ୍ତଙ୍କ ପରାମର୍ଶ ନେଇ କମିଟି ରିପୋର୍ଟ ଦେବା ପରେ ନିଷ୍ପତ୍ତି ହେବ। ଝିଅ ବାହାଘର, ଚିକିତ୍ସା, ପିଲାଙ୍କ ଉଚ୍ଚ ଶିକ୍ଷା ପାଇଁ ଜମି ବିକ୍ରି କରିବାକୁ ଚାହୁଁଥିଲେ, ସରକାର ଏହି ଜମିକୁ କିଣିବେ। ୨ରୁ ୩ ବର୍ଷ ସରକାର ଏହାକୁ ସୁରକ୍ଷିତ ରଖିବେ, ଜମି ମାଲିକ ଚାହିଁଲେ ଏହାକୁ ପୁଣି ନେଇପାରିବେ। ଯଦି ଜମିମାଲିକ ସେ ଜମି ଫେରସ୍ତ ନ ନିଅନ୍ତି ତାହେଲେ ସେହି ବର୍ଗର ଲୋକଙ୍କୁ ଜମି ନିଲାମୀ ଦିଆଯିବ ବୋଲି ମନ୍ତ୍ରୀ କହିଛନ୍ତି |
More Stories
ଇସ୍ରାଏଲ ଆକ୍ରମଣରେ ହିଜବୁଲ୍ଲା କମାଣ୍ଡର ଅଲି ଜାମୋଲ ନିପାତ…..
ନିଜକୁ ସାମ୍ବାଦିକା କହି ଭାରତର ରୁ ତଥ୍ୟ ସଂଗ୍ରହ କରୁଥିଲେ…..
କୁବେର ମୁଖ୍ୟଯନ୍ତ୍ରୀ ଗିରଫ…..