ରିପୋର୍ଟ କାର୍ଡ / ଭୁବନେଶ୍ୱର
ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟି ନନ୍ଦ ସାରଙ୍କର ଆଜି ୧୦୪ ବର୍ଷ ବୟସରେ ପରଲୋକ ହୋଇଛି । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମଧ୍ୟ ତାଙ୍କ ବିୟୋଗରେ ଦୁଃଖ ପ୍ରକାଶ କରିଛନ୍ତି । ଏନେଇ ରାଜ୍ୟପାଳ ଟ୍ୱିଟ୍ କରି କହିଛନ୍ତି ପଦ୍ମଶ୍ରୀ ନନ୍ଦ କିଶୋର ପ୍ରୁଷ୍ଟିଙ୍କ ଦେହାନ୍ତ ବିଷୟରେ ଜାଣିବା ପରେ ଗଭୀର ଦୁଃଖିତ । ଡାକ୍ତରଖାନାରେ ଭର୍ତ୍ତି ହେବା ପୂର୍ବରୁ ତାଙ୍କ ସହ ଭେଟ ହୋଇଥିଲା । ଶୋକସନ୍ତପ୍ତ ପରିବାର ଏବଂ ଛାତ୍ରଛାତ୍ରୀଙ୍କ ପ୍ରତି ସମବେଦନା ଜଣାଉଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଟ୍ୱିଟ୍ କରି ଦୁଃଖ ପ୍ରକାଶ କରିଛନ୍ତି । ପଦ୍ମଶ୍ରୀ ପୁରସ୍କାର ପ୍ରାପ୍ତ ଶିକ୍ଷକ ନନ୍ଦ କିଶୋର ପୃଷ୍ଟିଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଶିକ୍ଷା କ୍ଷେତ୍ରରେ ବହୁମୂଲ୍ୟ ଅବଦାନ ଏବଂ ତାଙ୍କ ଜୀବନ ବ୍ୟାପୀ ତ୍ୟାଗ ଚିର ଆଦର୍ଶ ହୋଇରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି। ପଦ୍ମଶ୍ରୀ ପୁରସ୍କାର ପ୍ରାପ୍ତ ଶିକ୍ଷକ ନନ୍ଦ କିଶୋର ପୃଷ୍ଟିଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଶିକ୍ଷା କ୍ଷେତ୍ରରେ ବହୁମୂଲ୍ୟ ଅବଦାନ ଏବଂ ତାଙ୍କ ଜୀବନ ବ୍ୟାପୀ ତ୍ୟାଗ ଚିର ଆଦର୍ଶ ହୋଇରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି।






More Stories
ଔଷଧ ଦୋକାନ ଆଗରେ ଲାଗିବ ରେଟ ଚାର୍ଟ…..
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ; ପ୍ରବଳ ବର୍ଷା ସମ୍ଭାବନା…..
ପାଠ୍ୟପୁସ୍ତକ ବିଭ୍ରାଟ ମାମଲା:ପୂର୍ବତନ SCERT ନିର୍ଦ୍ଦେଶକ ମନୋଜ ପାଢ଼ୀ ଅଟକ