ରିପୋର୍ଟ କାର୍ଡ / ଭୁବନେଶ୍ବର
ପବିତ୍ର ବାହୁଡ଼ା ଯାତ୍ରା ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟପାଳ ରଘୁବର ଦାସ ନିଜର ସୋସିଆଲ ମିଡିଆ ‘ଏକ୍ସ’ରେ ଲେଖିଛନ୍ତି, ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ଅବସରରେ ମାନ୍ୟବର ରାଜ୍ୟପାଳ ସମସ୍ତ ଭକ୍ତ ଶ୍ରଦ୍ଧାଳୁ ତଥା ଜଗନ୍ନାଥ ପ୍ରେମୀଙ୍କୁ ଶୁଭେଚ୍ଛା ଜଣାଇବା ସହିତ ସମସ୍ତଙ୍କର ସୁଖ ଶାନ୍ତି ଓ ସମୃଦ୍ଧି କାମନା କରିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜର ସୋସିଆଲ ମିଡିଆ ‘ଏକ୍ସ’ରେ ଲେଖିଛନ୍ତି, ପବିତ୍ର ବାହୁଡ଼ା ଯାତ୍ରା ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ। ନବଦିନାତ୍ମକ ଯାତ୍ରା ସାରି ଆଡ଼ପ ମଣ୍ଡପରୁ ରତ୍ନବେଦୀକୁ ବାହୁଡ଼ି ଆସିବେ ଚତୁର୍ଦ୍ଧାମୂର୍ତ୍ତି। କୋଟି କୋଟି ଜଗନ୍ନାଥପ୍ରେମୀଙ୍କ ଆସ୍ଥା ଓ ବିଶ୍ବାସର ଏହି ଦିବ୍ୟ ଯାତ୍ରା ଅବସରରେ ସମସ୍ତଙ୍କ ସୁଖ, ସମୃଦ୍ଧି ଓ ମଙ୍ଗଳମୟ ଜୀବନ କାମନା କରୁଛି।






More Stories
ବିଦ୍ୟୁତଗ୍ରାହକଙ୍କ ପାଇଁ ଖୁସିଖବର:ବଢ଼ିବନି ବିଲ୍…..
ସରକାରଙ୍କ ଉପରେ ବର୍ଷିଲେ ନବୀନ…..
ଭୁଲ ଇଞ୍ଜେକ୍ସନ୍ ନେଲା ଶିଶୁର ଜୀବନ…..