ରିପୋର୍ଟ କାର୍ଡ / ଭୁବନେଶ୍ୱର
ନବୀନ ନିବାସରେ ସୋମବାର ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି ରାଜ୍ୟପାଳ ହରିବାବୁ କମ୍ଭମପତି। ନବୀନଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିବାକୁ ରାଜ୍ୟପାଳ ନବୀନ ନିବାସ ଯାଇଛନ୍ତି। ସେଠାରେ ନବୀନଙ୍କ ସହ କଥା ହୋଇ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିଛନ୍ତି । ସୂଚନାନୁଯାୟୀ, ଡିହାଇଡ୍ରେସନ କାରଣରୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ନବୀନ ପଟ୍ଟନାୟକ। ପ୍ରାୟ ୭୭ ଘଣ୍ଟା ପରେ ସୁସ୍ଥ ହୋଇ ନବୀନ ନିବାସ ଫେରିଥିଲେ। ଶରୀରରେ ଜଳୀୟ ଅଂଶ କମିଯିବାରୁ ନବୀନଙ୍କର ସ୍ୱାସ୍ଥ୍ୟଗତ ସମସ୍ୟା ଉପୁଜିଥିଲା।






More Stories
ବିଜେପି ତାଲିକାରେ ଆପ୍ର ୭ ସାଂସଦ…..
ଜନଗଣନା କର୍ମଚାରୀଙ୍କ ସୁରକ୍ଷା ପାଇଁ ଏସ୍ଓପି…..
ରାଜ୍ୟ ସରକାରଙ୍କୁ ଜୋରିମାନା…..