Report Card Odisha

| Daily Odia News

ଗୋବିନ୍ଦ ସାହୁଙ୍କ ବିଷୟରେ ସୂଚନା ଦେଲେ ମିଳିବ ୧ ଲକ୍ଷ ଟଙ୍କା ପୁରସ୍କାର……

ରିପୋର୍ଟ କାର୍ଡ / ବଲାଙ୍ଗୀରି

ଶିକ୍ଷୟିତ୍ରୀ ମମିତା ମେହେର ନିଖୋଜ ଘଟଣାରେ ଅଭିଯୁକ୍ତ ଥିବା ଗୋବିନ୍ଦ ସାହୁ ରବିବାର ରାତିରେ ଟିଟିଲାଗଡ଼ ପୋଲିସ ବାରାକରୁ ଫେରାର ହୋଇଯାଇଥିଲେ। ତାଙ୍କ ବିଷୟରେ ସୂଚନା ଦେଲେ ୧ ଲକ୍ଷ ଟଙ୍କାର ପୁରସ୍କାର ରାଶି ଦିଆଯିବ ବୋଲି ବଲାଙ୍ଗୀର ପୋଲିସ ଘୋଷଣା କରିଛି। ସୂଚନାଯୋଗ୍ୟ, କଳାହାଣ୍ଡି ଜିଲା ମହାଲିଙ୍ଗର ଏକ ଘରୋଇ ସ୍କୁଲର ଶିକ୍ଷୟିତ୍ରୀ ମମିତା ମେହେର ଗତ ୧୧ ଦିନ ହେବ ନିଖୋଜ ଥିବା ବେଳେ ଏହି ଘଟଣାର ତଦନ୍ତ କରିବାକୁ ଯାଇ ମହାଲିଙ୍ଗ ହାଇସ୍କୁଲ ଷ୍ଟାଡିୟମରେ ଆଜି ସକାଳେ ଜେସିବି ସାହାଯ୍ୟରେ ଖୋଳାଖୋଳି ଆରମ୍ଭ ହୋଇଥିଲା। ଘଟଣାର ମାତ୍ର ୩ ଘଣ୍ଟା ପରେ ଜେସିବି ଖୋଳୁ ଖୋଳୁ ମାତ୍ର ୮-୧୦ ଫୁଟ ତଳୁ ଏକ ପୋଡ଼ା ମୃତଦେହ ଉଦ୍ଧାର ହୋଇଛି। ମୃତଦେହଟି ପୋଡ଼ି ଯାଇଥିବାରୁ ତାହାକୁ ଚିହ୍ନିବା କଷ୍ଟକର ହୋଇପଡ଼ିଛି। ଉକ୍ତ ସ୍ଥାନକୁ ପୋଲିସ ଚାରିପଟୁ ସିଲ୍‌ କରିଦେଇଛି। ଘଟଣାସ୍ଥଳରୁ ମୃତଦେହ ବାଦ୍‌ ଏକ ଧୂପକାଠି, ପାଉଁଜି, ସୁନା ଚେନ୍‌, ବ୍ରେସଲେଟ୍‌, ମୁଦି ଓ ଆହୁରି କିଛି ସାମଗ୍ରୀ ମଧ୍ୟ ଜବତ ହୋଇଛି।

Breaking News