ରିପୋର୍ଟ କାର୍ଡ / ଭୁବନେଶ୍ୱର
ଅଙ୍ଗଦାନ କରି ଅନ୍ୟର ଜୀବନ ବଞ୍ଚାଉଥିବା ବ୍ୟକ୍ତିଙ୍କ ତ୍ୟାଗ ଓ ସାହସର ସ୍ୱୀକୃତି ସ୍ୱରୂପ ସେମାନଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନର ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏହା ଦ୍ୱାରା ଅଙ୍ଗଦାନ କ୍ଷେତ୍ରରେ ବ୍ୟାପକ ସଚେତନତା ଆସିବା ସହିତ ଅଙ୍ଗଦାନ କରି ଅନ୍ୟର ଜୀବନ ବଞ୍ଚାଇବା ପାଇଁ ଏହା ସମାଜକୁ ପ୍ରେରଣା ଦେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି। ଅଙ୍ଗଦାନ ଏକ ମହତ ଦାନ। ମସ୍ତିଷ୍କ ମୃତ୍ୟୁ ଘଟୁଥିବା ଲୋକଙ୍କ କ୍ଷେତ୍ରରେ ସେମାନଙ୍କ ଆତ୍ମୀୟମାନେ ସାହସିକ ନିଷ୍ପତ୍ତି ନେଇ ଅଙ୍ଗଦାନ ପାଇଁ ସ୍ୱୀକୃତି ପ୍ରଦାନ କରି ଅନ୍ୟମାନଙ୍କ ଜୀବନ ରକ୍ଷାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛନ୍ତି। ରାଜ୍ୟ ସରକାର ଏହି ଅଙ୍ଗ ପ୍ରତ୍ୟାରୋପଣ ପ୍ରକ୍ରିୟାକୁ ଅଧିକ ସୁଗମ କରିବା ପାଇଁ ୨୦୧୯ ମସିହାରେ State Organ & Tissues Transplant Organization (SOTTO) ପ୍ରତିଷ୍ଠା କରିଛନ୍ତି। ଅଙ୍ଗଦାନକୁ ଉତ୍ସାହିତ କରିବା ପାଇଁ ଓଡ଼ିଶା ସରକାର ୨୦୨୦ରୁ ସୁରଜ ପୁରସ୍କାର ଆରମ୍ଭ କରିଛନ୍ତି।






More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..