ରିପୋର୍ଟ କାର୍ଡ / ଭୁବନେଶ୍ଵର
ରଥଯାତ୍ରା ପାଇଁ ୨ ଦିନ ଛୁଟି ଘୋଷଣା କଲେ ରାଜ୍ୟ ସରକାର | ଚଳିତ ବର୍ଷ ରଥଯାତ୍ରା ଦୁଇ ଦିନ ଚାଲିବାକୁ ଥିବା ବେଳେ ୨ ଦିନ ଛୁଟି ଘୋଷଣା କରାଯାଇଛି | ଜୁଲାଇ ୭ ଆଉ ୮ ତାରିଖକୁ ଛୁଟି ଘୋଷଣା କରବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଧିକାରୀମାନଙ୍କୁ ଆଜିର ରଥଯାତ୍ରା ସମନ୍ବୟ ବୈଠକ ମଞ୍ଚରୁ ନିର୍ଦ୍ଦେଶ ଦେଇଛନ୍ତି। ଦୁଇଦିନିଆ ଛୁଟି ନେଇ ବିଧିବଦ୍ଧ ଭାବରେ ବିଜ୍ଞପ୍ତି ପ୍ରକାଶ କରିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ | ରଥଯାତ୍ରାକୁ ସଫଳ କରିବାପାଇଁ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି। ଆଜି ଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରଥଯାତ୍ରା ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ୨ ଉପ ମୁଖ୍ୟମନ୍ତ୍ରୀ, ଆଇନ ମନ୍ତ୍ରୀ ଓ ସ୍ୱାସ୍ଥ୍ୟ ମନ୍ତ୍ରୀ ଉପସ୍ଥିତ ଥିଲେ। ପୋଲିସ ଡିଜି ଓ ବିଭିନ୍ନ ବିଭାଗର ଅଧିକାରୀ ବି ବୈଠକରେ ସାମିଲ ହୋଇଥିଲେ। ଶୃଙ୍ଖଳିତ ଦର୍ଶନ, ଭିଡ଼ ନିୟନ୍ତ୍ରଣ ଆଦି ବିଭିନ୍ନ ପ୍ରସଙ୍ଗରେ ଏଥିରେ ଆଲୋଚନା ହୋଇଛି।






More Stories
ପୁଣି ଲଘୁଚାପ ସମ୍ଭାବନା…..
ମିଛ ଲୁଟ୍ ନାଟକର ପର୍ଦ୍ଦାଫାସ,୪ ଗିରଫ……
୧୦ ଜିଲ୍ଲାରେ ହେବ ନିଯୁକ୍ତି……