Report Card Odisha

| Daily Odia News

ପାଟଣାଗଡ଼-କୁଚିଣ୍ଡାରେ ହେବ ସରକାରୀ ଆଇଟିଆଇ…..

ରିପୋର୍ଟ କାର୍ଡ / ଭୁବନେଶ୍ବର

ସମ୍ବଲପୁରର କୁଚିଣ୍ଡା ଓ ବଲାଙ୍ଗୀରର ପାଟଣାଗଡ଼ରେ ଦୁଇଟି ନୂତନ ସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନ ଖୋଲାଯିବ। ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଘୋଷଣା କରିଛନ୍ତି। କୁଚିଣ୍ଡାରେ ନୂଆ ସରକାରୀ ଆଇଟିଆଇ ପ୍ରତିଷ୍ଠା ଦ୍ବାରା କୁଚିଣ୍ଡା, ବାମରା ଓ ଜମନକିରା ବ୍ଲକର ଯୁବ ସମାଜ ଉପକୃତ ହେବେ। ନିଯୁକ୍ତି ତଥା ଆତ୍ମନିଯୁକ୍ତିର ସୁଯୋଗ ଥିବା ୪ଟି ଟ୍ରେଡରେ ଏଠାରେ ୨୪୦ ପ୍ରଶିକ୍ଷାର୍ଥୀଙ୍କୁ ତାଲିମ ଦିଆଯିବ। ସମ୍ବଲପୁର ଆଖପାଖରେ ଅନେକ ଶିଳ୍ପାନୁଷ୍ଠାନ ଗଢ଼ି ଉଠୁଥିବାରୁ ଏହା ଛାତ୍ରଛାତ୍ରୀଙ୍କ ପାଇଁ ବିପୁଳ ଅାତ୍ମନିଯୁକ୍ତି ସୁଯୋଗ ସୃଷ୍ଟି କରିବ। ବଲାଙ୍ଗୀରର ପାଟଣାଗଡ଼ରେ ପ୍ରତିଷ୍ଠିତ ଆଇଟିଆଇରେ ୪ଟି ଟ୍ରେଡରେ ୨୪୦ ପିଲା ତାଲିମ ପାଇପାରିବେ। ରାଜ୍ୟର ୩୧୪ଟି ବ୍ଲକ୍‌ ମଧ୍ୟରୁ ୨୫୧ଟି ବ୍ଲକ୍‌‌େ‌ର ସରକାରୀ/ବେସରକାରୀ ଆଇଟିଆଇ ରହିଛି। ୫୮ଟି ସବ୍‌ଡିଭିଜନ ମଧ୍ୟରୁ ୪୮ଟିରେ ଆଇଟିଆଇ ରହିଛି। ପାଟଣାଗଡ଼ ଓ କୁଚିଣ୍ଡାରେ ଆଇଟିଆଇ ପ୍ରତିଷ୍ଠା ପରେ ଏହି ସଂଖ୍ୟା ୫୦କୁ ବୃଦ୍ଧି ପାଇବ। ସ୍କିଲ୍ଡ ଇନ୍ ଓଡ଼ିଶା କାର୍ଯ୍ୟକ୍ରମ ଜରିଆରେ ଯୁବକଯୁବତୀ ବିଭିନ୍ନ ସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନରେ ତାଲିମ ନେଇ ନିଜର ଦକ୍ଷତା ଦ୍ବାରା ଓଡ଼ିଶା ପାଇଁ ନୂଆ ପରିଚୟ ସୃଷ୍ଟି କରିପାରିଛନ୍ତି। ଭୁବନେଶ୍ବର ନିକଟରେ ପ୍ରତିଷ୍ଠିତ ବିଶ୍ବ ଦକ୍ଷତା କେନ୍ଦ୍ର ଯୁବସମାଜ ପାଇଁ ଅନେକ ସମ୍ଭାବନା ସୃଷ୍ଟି କରିଛି।

Breaking News