Report Card Odisha

| Daily Odia News

ସରକାରୀ କର୍ମଚାରୀ ଙ୍କୁ ମିଳିବ ୨୦ ପ୍ରତିଶତ ବକେୟା ଅର୍ଥ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ସରକାରୀ କର୍ମଚାରୀ ଙ୍କୁ ମିଳିବ ସପ୍ତମ ବେତନ କମିଶନ ବାବଦରେ୨୦ ପ୍ରତିଶତ ବକେୟା ଅର୍ଥ  |  ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି ।  ଏହାପରେ ଏସଂକ୍ରାନ୍ତରେ ସରକାରୀ ଘୋଷଣା ନାମା ପ୍ରକାଶ ପାଇଛି । ଏହାଦ୍ୱାରା କର୍ମଚାରୀମାନେ ସପ୍ତମ ବେତନ କମିଶନ ଦରମା ବାବଦ ସଂପୂର୍ଣ୍ଣ ବକେୟା ରାଶି ପାଇପାରିବେ । ପୂର୍ବରୁ ଏହି ବକେୟାର ୮୦ ପ୍ରତିଶତ ପ୍ରଦାନ କରାଯାଇଛି । ଏହି ନିଷ୍ପତି ଦ୍ୱାରା ରାଜ୍ୟ ସରକାରଙ୍କ ୪ ଲକ୍ଷ କର୍ମଚାରୀ ଉପକୃତ ହେବେ । ଏଥିପାଇଁ ୨୦୨୧-୨୨ ଅତିରିକ୍ତ ବଜେଟ୍‌ ରେ ୮୫୦ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି । କର୍ମଚାରୀମାନେ ଏହି ବକେୟା ଅର୍ଥ ଚଳିତ ମାର୍ଚ୍ଚ ମାସ ଦରମାରେ ପାଇପାରିବେ । ସୂଚନାଯୋଗ୍ୟ ଯେ ରାଜ୍ୟ ସରକାର ସପ୍ତମ ବେତନ କମିଶନର ସୁାରିଶକୁ ଗ୍ରହଣ କରି ଏହାକୁ ୨୦୧୬ ଜାନୁଆରୀ ମାସ ଠାରୁ ଲାଗୁ କରିଥିଲେ ଏବଂ ୨୦୧୭ ସେପ୍ଟେମ୍ବର ମାସଠାରୁ ବର୍ଦ୍ଧିତ ଦରମା ପ୍ରଦାନ କରିଥିଲେ । କର୍ମଚାରୀମାନେ ସପ୍ତମ ବେତନ କମିସନ ସୁପାରିଶ ଅନୁଯାୟୀ ଜାନୁଆରୀ ୨୦୧୬ରୁ ଅଗଷ୍ଟ ୨୦୧୭ ମଧ୍ୟରେ ୨୦ ମାସର ବର୍ଦ୍ଧିତ ବକେୟା ଦରମା ବିଭିନ୍ନ କିସ୍ତିରେ ଦେବାକୁ ନିଷ୍ପତି ହୋଇଥିଲା । ଏହି ନିଷ୍ପତି ଅନୁଯାୟୀ ୨୦୧୭- ୧୮ରେ ୪୦ ପ୍ରତିଶତ, ୨୦୧୯- ୨୦ରେ ୧୦ ପ୍ରତିଶତ ଓ ୨୦୨୧- ୨୨ରେ ୩୦ ପ୍ରତିଶତ ବକେୟା ପ୍ରଦାନ କରାଯାଇଥିଲା । ପୂର୍ବରୁ ପେନ୍ସନଭୋଗୀ ମାନେସେମାନଙ୍କ ଦରମାର ଶତକଡା ୧୦୦ ପ୍ରତିଶତ ପାଇସାରିଛନ୍ତି ।

 

Breaking News