ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟର ବିଭିନ୍ନ ଜିଲ୍ଲା, ବ୍ଲକ ଏବଂ ପଞ୍ଚାୟତମାନଙ୍କରେ ଥିବା ଅବ୍ୟବହୃତ ସରକାରୀ ସମ୍ପତ୍ତିକୁ ସମ୍ପୃକ୍ତ ଜିଲ୍ଲାର ଜିଲ୍ଲା, ବ୍ଳକ ଓ ପଞ୍ଚାୟତ ସ୍ତରରେ ଥିବା ମିଶନ ଶକ୍ତି ମହାସଂଘମାନଙ୍କୁ ୨ ମାସ ମଧ୍ୟରେ ହସ୍ତାନ୍ତର କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଆମର ପଞ୍ଚାୟତ ଠାରୁ ଆରମ୍ଭ କରି ବ୍ଲକ ଓ ଜିଲ୍ଲା ମାନଙ୍କରେ ରହିଛି ଅନେକ ଅବ୍ୟବହୃତ ସରକାରୀ ସମ୍ପତ୍ତି ଯଥା ସରକାରୀ କୋଠା ,ଦୋକାନ ଘର ଗଡ଼ିଆ ପୋଖରୀ ଇତ୍ୟାଦି। ଏଗୁଡିକୂ ସମ୍ପୃକ୍ତ ଜିଲ୍ଲା ବ୍ଳକ ଓ ପଞ୍ଚାୟତରେ ଥିବା ମିଶନ ଶକ୍ତି ମହାସଂଘ ମାନଙ୍କୁ ଦିଆଗଲେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ମାନେ ଏହାକୁ ସେ ଅଞ୍ଚଳର ସାମାଜିକ ଓ ଆର୍ଥିକ ବିକାଶ ରେ ଲଗାଇ ପାରିବେ। ସାଧାରଣ ଲୋକ ଉପକାର ପାଇବେ ।ମିଶନ ଶକ୍ତି ର ମା ମାନେ ତାକୁ ଆଥିର୍କ କାର୍ଯ୍ୟ ରେ ଲଗାଇ ପାରିବେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ ମହିଳାମାନଙ୍କ ସଶକ୍ତିକରଣ ସବୁବେଳେ ତାଙ୍କ ସରକାରର ପ୍ରାଥମିକତା ରହିଆସିଛି ।ମିଶନ ଶକ୍ତି ଆଜି ପରିବର୍ତ୍ତନର କର୍ଣ୍ଣଧାର ହୋଇଛି। ମା’ ମାନଙ୍କର ଏହି ନୀରବ ଆନ୍ଦୋଳନକୁ ଆହୁରି ମଜବୁତ କରିବାରେ ଏହି ପଦକ୍ଷେପ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସୂଚନାଯୋଗ୍ୟ ଯେ ରାଜ୍ୟ ସରକାର ମିଶନ ଶକ୍ତିକୁ ଏକ ସ୍ବତନ୍ତ୍ର ବିଭାଗ ର ମାନ୍ୟତା ଦେଇଛନ୍ତି। ଆମର ୭୦ ଲକ୍ଷ ମା’ମାନଙ୍କୁ ସଶକ୍ତ କରିବାରେ ଏହା ଆହୁରି ଦକ୍ଷତାର ସହ ସେବା ଯୋଗାଇବ ବୋଲି ଆଶା କରାଯାଏ।
More Stories
୨୮ରେ ଓଡିଶା ଆସିବେ ଶାହ….
ଭିଜିଲାନ୍ସ ଜାଲରେ ଜେନେରାଲ ମ୍ୟାନେଜର….
କେଜ୍ରିୱାଲ୍ଙ୍କ ବିରୋଧରେ ମାମଲା ଚଳାଇବାକୁ ଇଡିକୁ ଅନୁମତି ଦେଲେ ଉପ ରାଜ୍ୟପାଳ….