ରିପୋର୍ଟ କାର୍ଡ / ପୁରୀ
ଆଉ ଗୋଟିଏ ଦିନ ପରେ ପୁରୁଣା ବର୍ଷ ୨୦୨୪ ବିଦାୟ ନେବ | ନୂଆ ବର୍ଷ ୨୦୨୫ କୁ ଆମେ ସ୍ୱାଗତ କରିବୁ | ଏହାକୁ ନେଇ ଶ୍ରୀକ୍ଷେତ୍ରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଜନସମାଗମ ଦେଖିବାକୁ ମିଳିଛି। ବର୍ଷର ଶେଷ ଦିନରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ରାଜ୍ୟ ଓ ସାରା ଦେଶରୁ ଲୋକେ ଆସି ପହଞ୍ଚୁଛନ୍ତି। ଶୃଙ୍ଖଳିତ ଦର୍ଶନ ପାଇଁ ମାର୍କେଟ ଛକ ଯାଏଁ ବ୍ୟାରିକେଡ୍ କରାଯାଇଛି। ତେବେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜାରି ସଦ୍ୟତମ ସୂଚନା ମୁତାବକ, ୩୧ ଓ ୧ ତାରିଖରେ କେବଳ ସିଂହଦ୍ୱାର ଦେଇ ପ୍ରବେଶ କରିହେବ। ସାଧାରଣ ଭକ୍ତ କେବଳ ସିଂହଦ୍ୱାର ଦେଇ ପ୍ରବେଶ କରିବେ। ଅନ୍ୟ ୩ ଦ୍ୱାର ଦେଇ ପ୍ରବେଶ ମନା। କେବଳ ପ୍ରସ୍ଥାନ କରିବେ। ତେଣେ ନୂଆବର୍ଷରେ ଭିଡ଼ ନିୟନ୍ତ୍ରଣ ପାଇଁ ପୁରୀରେ ୬୦ ପ୍ଲାଟୁନ୍ ପୁଲିସ ଫୋର୍ସ ମୁତୟନ ହୋଇଛନ୍ତି। ଦୁଇ କମାଣ୍ଡାଣ୍ଟ ରାଙ୍କର ଅଧିକାରୀଙ୍କ ସମେତ ୧୦ ଅତିରିକ୍ତ ଏସ୍ପି, ୩୩ ଡିଏସ୍ପିଙ୍କ ସମେତ ୬୨ ଇନ୍ସପେକ୍ଟର, ୨୪୫ ସବ୍ ଇନ୍ସପେକ୍ଟର ଓ ଆସିଷ୍ଟାଣ୍ଟ ସବ୍ ଇନ୍ସପେକ୍ଟର, ୩୦ ହାବିଲଦାର, ୨୯୦ ଜଣ କନଷ୍ଟେବଳ ମୁତୟନ ରହିବେ। ଶ୍ରୀମନ୍ଦିର ପରିସରରେ ୨ ଭାଗରେ ପୁଲିସ ମୁତୟନ ହୋଇଛନ୍ତି। ଜନଗହଳିପୂର୍ଣ୍ଣ ସ୍ଥାନରେ ଆଣ୍ଟି ସ୍ନାଚିଂ ଟିମ୍ ମୁତୟନ ରହିବେ। ବିଭିନ୍ନ ସ୍ଥାନରେ ପୁଲିସ ତରଫରୁ ନାକାବନ୍ଦି କରାଯାଉଛି। ଏହାସହ ସମୁଦ୍ର କୂଳରେ ସ୍ୱତନ୍ତ୍ର ଆଉଟ ପୋଷ୍ଟ ରହିବ। ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ରାଂଚଳ ଡିଆଇଜି ଚରଣ ସିଂହ ମିନା।






More Stories
ପାହାଡପୁରରେ ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ବାଗତ…..
ବଦଳିବ ଜିଲ୍ଲାର ଇଂରାଜୀ ନାମ…..
ବାରମ୍ବାର ଦେଇପାରିବେନି ଆଇଏଏସ୍,ଆଇପିଏସ୍ ପରୀକ୍ଷା……