Report Card Odisha

| Daily Odia News

କଂଗ୍ରେସ ଛାଡିଲେ ହାର୍ଦ୍ଦିକ ପଟେଲ……

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ଗୁଜରାଟ କଂଗ୍ରେସର କାର୍ଯ୍ୟକାରୀ ଅଧ୍ୟକ୍ଷ ହାର୍ଦ୍ଦିକ ପଟେଲ କଂଗ୍ରେସ ରୁ ଇସ୍ତଫା ଦେଇଛନ୍ତି । ଆଜି ସେ ଏନେଇ ଟୁଇଟରରେ ସୂଚନା ଦେଇଛନ୍ତି । ସେ ଲେଖିଛନ୍ତି ଯେ, ” ଆଜି ମୁଁ ସାହାସର ସହିତ କଂଗ୍ରେସ ପାର୍ଟି ଏବଂ ଦଳର ପ୍ରାଥମିକ ସଦସ୍ୟତା ପଦରୁ ଇସ୍ତଫା ଦେଉଛି। ମୁଁ ନିଶ୍ଚିତ ଯେ ମୋର ନିଷ୍ପତ୍ତିକୁ ମୋର ସମସ୍ତ ସହକର୍ମୀ ଏବଂ ଗୁଜୁରାଟର ଲୋକମାନେ ସ୍ୱାଗତ କରିବେ। ମୋର ବିଶ୍ୱାସ ଯେ ମୋର ଏହି ପଦକ୍ଷେପ ପରେ ଭବିଷ୍ୟତରେ ଗୁଜୁରାଟରେ ପାଇଁ ପ୍ରକୃତରେ ସକରାତ୍ମକ କାର୍ଯ୍ୟ କରିବାକୁ ସମର୍ଥ ହେବି। ”

Breaking News