ରିପୋର୍ଟ କାର୍ଡ / ଭୁବନେଶ୍ୱର
ଗୁରୁ ବ୍ରହ୍ମା ଗୁରୁବିଷ୍ଣୁ ଗୁରୁଦେବ ମହେଶ୍ୱର ଗୁରୁ ସାକ୍ଷାତ ପରଂବ୍ରହ୍ମ ତସ୍ମଇ ଶ୍ରୀ ଗୁରବେ ନମଃ | ଆଜି ସେପ୍ଟେମ୍ବର ୫ ତାରିଖ। ଗୁରୁ ଦିବସ। ମହାନ ଶିକ୍ଷାବିତ୍, ଦାର୍ଶନିକ ତଥା ଭାରତର ଦ୍ୱିତୀୟ ରାଷ୍ଟ୍ରପତି ଭାରତରତ୍ନ ଡକ୍ଟର ସର୍ବପଲ୍ଲୀ ରାଧାକ୍ରୀଷ୍ଣନଙ୍କ ଜନ୍ମଦିନ। ତାଙ୍କର ଜନ୍ମଦିନକୁ ସାରା ଦେଶରେ ଗୁରୁ ଦିବସ ରୂପେ ପାଳନ କରାଯାଉଛି। ଏକ ଶିଶୁକୁ ଉତ୍ତମ ଶିକ୍ଷା ଦ୍ୱାରା ଭଲ ମଣିଷ ଓ ଉତ୍ତମ ନାଗରିକ କରିବାରେ ଗୁରୁଙ୍କ ଅବଦାନ ବେଶ୍ ମହତ୍ତପୂର୍ଣ୍ଣ। ସମାଜ ଗଠନ ଏବଂ ରାଷ୍ଟ୍ରଗଠନରେ ମଧ୍ୟ ଗୁରୁଙ୍କ ବହୁତ ବଡ଼ ଭୂମିକା ରହିଛି।୧୯୬୨ ମସିହାରୁ ତାଙ୍କ ଜନ୍ମଦିନକୁ ଗୁରୁ ଦିବସ ଭାବେ ପାଳନ କରୁଛି ସାରା ଦେଶ। ଏଥିପାଇଁ ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁଙ୍କ ସମ୍ମାନର୍ଥେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ଗୁରୁଙ୍କୁ ଛାତ୍ରଛାତ୍ରୀ ପୂଜା କରି ଆଶୀର୍ବାଦନେଇଥାନ୍ତି |






More Stories
ହୋଟେଲ ଚେକ୍-ଇନ୍ରେ ବଦଳିବ ନିୟମ!…..
ଆମ ବସ୍’ ଯାତ୍ରା ମାଗଣା…..
ଉଭୟ ପଡିଆରେ ବାଲିଯାତ୍ରା ପାଇଁ ସରକାରଙ୍କୁ ପ୍ରସ୍ତାବ…..