ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ମୁମ୍ବାଇ ୨୬/୧୧ ଆକ୍ରମଣର ମାଷ୍ଟରମାଇଣ୍ଡ ତଥା ଲଶ୍କର-ଇ-ତୋଏବା ପ୍ରତିଷ୍ଠାତା ହାଫିଜ ସଇଦକୁ ଭାରତକୁ ହସ୍ତାନ୍ତର କରିବାକୁ ପାକିସ୍ତାନକୁ ଦାବି କରାଯାଇଛି। ପାକିସ୍ତାନରୁ ହାଫିଜ ସଇଦଙ୍କୁ ପ୍ରତ୍ୟର୍ପଣ ପାଇଁ ଭାରତ ସରକାର ଆନୁଷ୍ଠାନିକ ଭାବେ ପାକିସ୍ତାନ ବୈଦେଶିକ ମନ୍ତ୍ରଣାଳୟକୁ କହିଥିବା ସୂଚନା ମିଳିଛି। ପାକିସ୍ତାନୀ ଗଣମାଧ୍ୟମ ଦାବି କରିଛି ପୁଲୱାମାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ମାଷ୍ଟରମାଇଣ୍ଡ ହେଉଛି ହାଫିଜ ସଇଦ। ଏହି ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ପାକିସ୍ତାନର ବୈଦେଶିକ ମନ୍ତ୍ରଣାଳୟକୁ ହାଫିଜ ସଇଦକୁ ହସ୍ତାନ୍ତର କରିବାକୁ ଏକ ଆନୁଷ୍ଠାନିକ ଆବେଦନ କରିଛନ୍ତି। ଏନେଇ ଆଇନଗତ ପ୍ରକ୍ରିୟା ଆରମ୍ଭ କରିବାକୁ କୁହାଯାଇଛି। ଭାରତର ଏହି ଦାବି ପରେ ଏବେ ପାକିସ୍ତାନ ସରକାର ଅଡୁଆରେ ପଡିଛନ୍ତି। ପାକିସ୍ତାନୀ ଗଣମାଧ୍ୟମ ରିପୋର୍ଟ କରିଛି ପାକିସ୍ତାନର ବୈଦେଶିକ ମନ୍ତ୍ରଣାଳୟ ଏପର୍ଯ୍ୟନ୍ତ ଭାରତର ଏହି ଦାବିକୁ ସୁନିଶ୍ଚିତ କରିନାହିଁ କି ଏହାକୁ ଅସ୍ୱୀକାର ମଧ୍ୟ କରି ନାହିଁ। ବର୍ତ୍ତମାନ ଭାରତ ଏବଂ ପାକିସ୍ତାନ ମଧ୍ୟରେ କୌଣସି ପ୍ରତ୍ୟର୍ପଣ ଚୁକ୍ତି ନାହିଁ।






More Stories
ବିଜୁ ବାବୁଙ୍କୁ ଟାର୍ଗେଟ୍ କରିନଥିଲି…..
ନୀତିନ ନବୀନଙ୍କ ଇସ୍ତଫା…..
ଆଜି ଇସ୍ତଫା ଦେବେ ନୀତୀଶ…..