ରିପୋର୍ଟ କାର୍ଡ / ଭୁବନେଶ୍ବର
ପଶ୍ଚିମା ଝଡ଼ ପ୍ରଭାବରେ ଆଜି ରାଜ୍ୟର ୧୨ ଜିଲ୍ଲାରେ ବିଶେଷ କରି ଉପକୂଳ ଓଡ଼ିଶାରେ ବିଜୁଳି, ଘଡ଼ଘଡ଼ି ସହ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି | ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରାଜ୍ୟର ବିଭିନ୍ନ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଆଜି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ ଓ ଢେଙ୍କାନାଳ ଆଦି ଜିଲ୍ଲାରେ ଝଡ଼ବର୍ଷା ସହ କୁଆପଥର ବର୍ଷା ହୋଇପାରେ। ଏଥିସହ ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ବରଗଡ଼, ସମ୍ବଲପୁର, ଦେବଗଡ଼ ଓ ବୌଦ୍ଧ ଆଦି ଜିଲ୍ଲାରେ ଝଡ଼ବର୍ଷା ସହ ୪୦ରୁ ୫୦ କିମି ବେଗରେ ପବନ ବହିବ। ଏଣୁ ଏହି ୯ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ରାଜ୍ୟରେ ୧ ତାରିଖ ଦିନ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, ମାଲକାନଗିରି ଓ କୋରାପୁଟ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ଏଣୁ ଏହିସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ୨ ତାରିଖରୁ ରାଜ୍ୟର ପାଗ ଶୁଖିଲା ରହିବ।






More Stories
୧୬ରେ ରାଜ୍ୟସଭା ନିର୍ବାଚନ…..
ଇସ୍ରାଏଲ ଗସ୍ତରେ ଯିବେ ମୋଦି…..
ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ…..