Report Card Odisha

| Daily Odia News

କୁଆପଥର ବର୍ଷା ନେଇ ଆଲର୍ଟ ଜାରି…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଆସନ୍ତା ୨୪ ଘଣ୍ଟାରେ କୁଆପଥର ବର୍ଷା ନେଇ ଆଲର୍ଟ ଜାରି କରାଯାଇଛି। ୯ ଜିଲ୍ଲାରେ କୁଆପଥର ବର୍ଷା ନେଇ ଅନୁମାନ କରାଯାଛି। ଏହାସହ ୩ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ସେହିପରି ୧୧ ଜିଲ୍ଲାକୁ ଝଡ ପବନ ନେଇ ୟେଲୋ ଆଲର୍ଟ ନେଇ ପାଣିପାଗ ବିଭାଗ ପକ୍ଷର ସୂଚନା ଦିଆଯାଇଛି। ରାଜ୍ୟରେ ଶୁକ୍ରବାର କାଳବୈଶାଖୀ ସମ୍ଭାବନା ରହିଛି। ତେବେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ବିଭାଗ କହିଛି, ରାଜ୍ୟରେ ବିଜୁଳି-ଘଡ଼ଘଡ଼ି ସହ ବର୍ଷା ପବନ ହେବ। ଆଜି ଏନେଇ ୫ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକୁ ହେଲା ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ମୟୂରଭଞ୍ଜ ଏବଂ କେନ୍ଦୁଝର। ଏସବୁ ଜିଲ୍ଲାର କିଛି କିଛି ସ୍ଥାନରେ କୁଆପଥର ବର୍ଷା ହେବାର ସମ୍ଭାବନା ମଧ୍ୟ ରହିଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ସତର୍କ ସୂଚନା ଜାରି କରାଯାଇଥିବା ଜିଲାଗୁଡ଼ିକରେ ୫୦ରୁ ୬୦ କିମି ବେଗରେ ପବନ ବହିବ। ସେହିପରି କାଳବୈଶାଖୀ ନେଇ ଉପକୂଳ ଜିଲା ଯଥା କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ବର, ଢେଙ୍କାନାଳ, ଅନୁଗୋଳ ପଶ୍ଚିମ ଓଡ଼ିଶାର ଦେବଗଡ଼, ବୌଦ୍ଧ, ସୁବର୍ଣ୍ଣପୁର, ବରଗଡ଼ ବଲାଙ୍ଗୀର ଏବଂ ନୂଆପଡ଼ା ଜିଲ୍ଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି |

Breaking News