Report Card Odisha

| Daily Odia News

ଆଜିଠାରୁ ଧାନ ସଂଗ୍ରହ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜ୍ୟରେ ମଙ୍ଗଳବାରଠାରୁ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଲୋକସେବା ଭବନସ୍ଥିତ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ କାର୍ଯ୍ୟାଳୟରେ ରାଜ୍ୟ ଏବଂ ଜିଲା ରାଇସ ମିଲର୍ସ ଆସୋସିଏଶନର ଏକ ବୈଠକରେ ଧାନ ସଂଗ୍ରହ ନେଇ ବିସ୍ତୃତ ଆଲୋଚନା ହୋଇଛି। ଏହି ଅବସରରେ ମିଲର୍ସ ସଂଘ ପକ୍ଷରୁ ବିଭିନ୍ନ ସମସ୍ୟା ନେଇ ମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଏହି ଦାବିଗୁଡିକୁ ବିଚାରକୁ ନିଆଯାଇ ଖୁବଶୀଘ୍ର ସମାଧାନ କରାଯିବ ବୋଲି ମନ୍ତ୍ରୀ ପାତ୍ର କହିବା ପରେ ସହଯୋଗ ପାଇଁ ମିଲର୍ସମାନେ ପ୍ରତିଶ୍ରୁତି ଦେଇଛନ୍ତି। ଏଥିସହ ଧାନ କିଣା ପାଇଁ ରାଜ୍ୟ ଯୋଗାଣ ନିଗମ ସହ କଷ୍ଟମ ମିଲର୍ସର ବୁଝାମଣା ପତ୍ର ସ୍ବାକ୍ଷର ପରେ ମଙ୍ଗଳବାରଠାରୁ ଧାନ ସଂଗ୍ରହ ନିମନ୍ତେ ପ୍ରକ୍ରିୟା ଆରମ୍ଭ ହେବ।ଚଳିତ ଖରିଫଋତୁରେ ରାଜ୍ୟରେ ଧାନ କିଣା ନେଇ ସରକାରୀସ୍ତରରେ ବିହିତ ପଦକ୍ଷେପ ଗ୍ରହଣ କରାଯାଇଛି। ପଞ୍ଜୀକୃତ ଚାଷୀଙ୍କଠାରୁ ଧାନ ସଂଗ୍ରହ କରାଯିବା ସହ ସେମାନଙ୍କୁ ପ୍ରାପ୍ୟ ପ୍ରଦାନ ଉପରେ ମଧ୍ୟ ସରକାର ବିହିତ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି। ଚାଷୀମାନଙ୍କ ସ୍ବାର୍ଥ ରକ୍ଷା ଦିଗରେ ଉକ୍ତ ବୈଠକରେ ଆଲୋଚନା କରାଯାଇଛି। ଏହି ବୈଠକରେ ଓଡ଼ିଶା ରାଇସ ମିଲର୍ସ ଆସୋସିଏଶନର ସଭାପତି ମହେଶ କୁମାର ବଂଶଲ, ସାଧାରଣ ସମ୍ପାଦକ ଲକ୍ଷ୍ମୀନାରାୟଣ ଦୀପକ ରଞ୍ଜନ ଦାସ, ସମସ୍ତ ୩୦ଟି ଜିଲାର ମିଲର୍ସ ସଂଘ କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ।

Breaking News