ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜଧାନୀ ଭୁବନେଶ୍ୱରରେ ଜଣେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣି ହତ୍ୟା କରାଯାଇଥିବା ସୂଚନା ମିଳିଛି। ଆଜି ଅପରାହ୍ଣରେ ଏଭଳି ଅଭାବନୀୟ ଘଟଣା ଘଟିଛି। ସିଆର୍ପି ଛକରେ ସମ୍ପୃକ୍ତ ଯୁବକଙ୍କୁ ଦୁର୍ବୃତ୍ତମାନେ ବେକକୁ ଭୁଜାଲି ଓ ଫାର୍ସାରେ ହାଣି ପକାଇଥିଲେ। ଯାହାଫଳରେ କି ଜଣେ ବ୍ୟକ୍ତିଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ୨ଜଣ ଗୁରୁତର ହୋଇଛନ୍ତି । ସମସ୍ତ ମୃତାହତଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତେବେ ହତ୍ୟାକାଣ୍ଡ ପରେ ଘଟଣାସ୍ଥଳରୁ ଅଭିଯୁକ୍ତ ଫେରାର ହେଉଥିବା ବେଳେ ୨ଜଣଙ୍କୁ କାବୁ କରିଛନ୍ତି ସ୍ଥାନୀୟଲୋକେ । ଘଟଣାସଂପର୍କରେ ଖବର ପାଇ ପୋଲିସ ପହଞ୍ଚିଥିଲା ଏବଂ ଉଭୟ ଯୁବକଙ୍କୁ ଅଟକ ରଖି ପଚାରାଉଚରା କରୁଛି ପୋଲିସ । ସମ୍ପୃକ୍ତ ଯୁବକ ଏକ ପିକ୍ଅପ୍ ଭ୍ୟାନ୍ର ଡ୍ରାଇଭର ବୋଲି ଜଣାପଡ଼ିଛି।






More Stories
ପ୍ରେମିକ ସହ ମିଶି ସ୍ବାମୀ କୁ ହତ୍ୟା କଲା ସ୍ତ୍ରୀ…..
ଆଜି ପ୍ରବଳ ବର୍ଷିବ,୫ ଜିଲ୍ଲାକୁ ରେଡ୍ ଓ୍ବାର୍ନିଂ ଜାରି…..
ଶାହଙ୍କ ଓଡିଶା ଗସ୍ତ ବାତିଲ…..