ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜଧାନୀ ଭୁବନେଶ୍ୱରରେ ଜଣେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣି ହତ୍ୟା କରାଯାଇଥିବା ସୂଚନା ମିଳିଛି। ଆଜି ଅପରାହ୍ଣରେ ଏଭଳି ଅଭାବନୀୟ ଘଟଣା ଘଟିଛି। ସିଆର୍ପି ଛକରେ ସମ୍ପୃକ୍ତ ଯୁବକଙ୍କୁ ଦୁର୍ବୃତ୍ତମାନେ ବେକକୁ ଭୁଜାଲି ଓ ଫାର୍ସାରେ ହାଣି ପକାଇଥିଲେ। ଯାହାଫଳରେ କି ଜଣେ ବ୍ୟକ୍ତିଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ୨ଜଣ ଗୁରୁତର ହୋଇଛନ୍ତି । ସମସ୍ତ ମୃତାହତଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତେବେ ହତ୍ୟାକାଣ୍ଡ ପରେ ଘଟଣାସ୍ଥଳରୁ ଅଭିଯୁକ୍ତ ଫେରାର ହେଉଥିବା ବେଳେ ୨ଜଣଙ୍କୁ କାବୁ କରିଛନ୍ତି ସ୍ଥାନୀୟଲୋକେ । ଘଟଣାସଂପର୍କରେ ଖବର ପାଇ ପୋଲିସ ପହଞ୍ଚିଥିଲା ଏବଂ ଉଭୟ ଯୁବକଙ୍କୁ ଅଟକ ରଖି ପଚାରାଉଚରା କରୁଛି ପୋଲିସ । ସମ୍ପୃକ୍ତ ଯୁବକ ଏକ ପିକ୍ଅପ୍ ଭ୍ୟାନ୍ର ଡ୍ରାଇଭର ବୋଲି ଜଣାପଡ଼ିଛି।
More Stories
ବାଲେଶ୍ୱର ଛାତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ଏବେବି ସଙ୍କଟାପନ୍ନ…..
ସୃଷ୍ଟି ହେଲା ଯୋଡ଼ା ଲଘୁଚାପ: ପ୍ରବଳ ବର୍ଷୀବ,ଏହି ଜିଲ୍ଲାକୁ ରେଡ଼ ୱାର୍ଣ୍ଣିଂ ଜାରି…..
୪ ବ୍ୟକ୍ତିଙ୍କୁ ରାଜ୍ୟସଭାକୁ ମନୋନୀତ କଲେ ରାଷ୍ଟ୍ରପତି…..