ରିପୋର୍ଟ କାର୍ଡ / କଟକ
ଆସନ୍ତାକାଲି ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ୍ ଶୁଭାଶିଷ ତାଳପତ୍ର ଶପଥ ଗ୍ରହଣ କରିବେ। ଓଡ଼ିଶା ହାଇକୋର୍ଟ ପରିସରରେ ଆୟୋଜିତ ଶପଥ ପାଠ ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ଜଷ୍ଟିସ ତାଳପତ୍ରଙ୍କୁ ମୁଖ୍ୟ ବିଚାରପତି ଭାବେ ଶପଥପାଠ କରାଇବେ। ଓଡ଼ିଶା ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି ଜଷ୍ଟିସ୍ ଏସ.ମୁରଲୀଧରଙ୍କ କାର୍ଯ୍ୟକାଳ ଆଜି ସମାପ୍ତ ହେଉଛି। ସୂଚନାଯୋଗ୍ୟ ଯେ, ଜଷ୍ଟିସ୍ ତଲାପତ୍ରଙ୍କ ମୁଖ୍ୟ ବିଚାରପତି ନିଯୁକ୍ତି ସଂକ୍ରାନ୍ତ ବିଜ୍ଞପ୍ତି ଜୁଲାଇ ୧୯ ତାରିଖରେ ପ୍ରକାଶ ପାଇଥିଲା । ସୁପ୍ରିମକୋର୍ଟ କଲେଜିୟମ ମୁଖ୍ୟବିଚାରପତି ଭାବେ ତାଙ୍କ ନିଯୁକ୍ତି ପାଇଁ କେନ୍ଦ୍ର ସରକାରଙ୍କୁ ସୁପାରିସ୍ କରିଥିଲେ।






More Stories
କାଲିଠାରୁ CBSE ଦଶମ-ଦ୍ବାଦଶ ପରୀକ୍ଷା…..
ମୋତେ ନିୟମକାନୁନ ଦେଖାନା…..
ଗୀତା ପଟ୍ଟନାୟକଙ୍କ ଶେଷକୃତ୍ୟ ସମ୍ପନ୍ନ…..