ରିପୋର୍ଟ କାର୍ଡ / ଭୁବନେଶ୍ୱର
ଓଡ଼ିଶାର ନୂଆ ଡିଜିପି ଚୟନ ନେଇ ମଙ୍ଗଳବାର ସୁପ୍ରିମକୋର୍ଟରେ ଶୁଣାଣି ହେବାକୁ ଅଛି। ଏନେଇ ସୁପ୍ରିମକୋର୍ଟଙ୍କ ପକ୍ଷରୁ ଗତ ୧୪ ତାରିଖରେ ଶୁଣାଣି ହୋଇଥିଲା। ସୁପ୍ରିମକୋର୍ଟ ଏହି ବିଷୟରେ ୧୮ ତାରିଖରେ ଶୁଣାଣି କରିବା ପାଇଁ ପୁନର୍ବାର ତାରିଖ ଧାର୍ଯ୍ୟ କରିଥିଲେ। ଯେଉଁଥିଲାଗି ରବିବାର ୧୯୯୦ ବ୍ୟାଚ୍ ଆଇପିଏସ୍ ଅଫିସର ଓ୍ବାଇ. ବି. ଖୁରାନିଆ ଡିଜିପି ପଦରୁ ଅବସର ନେଇଥିବା ସତ୍ତ୍ୱେ ଓଡ଼ିଶାକୁ ସ୍ଥାୟୀ ଡିଜିପି ମିଳିପାରିନାହାନ୍ତି। ଏନେଇ ସୁପ୍ରିମକୋର୍ଟରେ ମାମଲା ଥିବା କାରଣରୁ ୧୯୯୩ ବ୍ୟାଚ୍ ଆଇପିଏସ୍ ଅଫିସର ବିନୟତୋଷ ମିଶ୍ରଙ୍କୁ ରାଜ୍ୟର ପୋଲିସ୍ ମଖ୍ୟ ଭାବେ ଅତିରିକ୍ତ ଦାଯିତ୍ୱ ମିଳିଛି। କେନ୍ଦ୍ରୀୟ ଲୋକସେବା ଆୟୋଗ(ୟୁପିଏସ୍ସି) ମଧ୍ୟ ଡିଜିପି ପଦ ଲାଗି ଚୂଡାନ୍ତ ୩ ନାଁ ଚୟନ ପ୍ରକ୍ରିୟା ବନ୍ଦ ରଖିଛି। ସୁପ୍ରିମକୋର୍ଟଙ୍କ ରାୟ ଆସିବା ପରେ ହିଁ ୟୁପିଏସ୍ସି ବୈଠକ କରିବ ବୋଲି ସୁପ୍ରିମକୋର୍ଟରେ ଜଣାଇସାରିଛି। ଏହି ବିଷୟରେ ସର୍ବୋଚ୍ଚ ନ୍ୟାୟାଳୟରେ ପ୍ରଧାନ ବିଚାରପତି ସୂର୍ଯ୍ୟକାନ୍ତଙ୍କ ସହ ୩ ଜଣିଆ ଖଣ୍ଡପୀଠ ଶୁଣାଣି କରିବେ।






More Stories
ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି…..
ପ୍ରମଥ ପଟ୍ଟନାୟକ କମିଶନର ଅଧ୍ୟକ୍ଷ…..
ଓଡ଼ିଶା ବନ୍ଦ ଡାକରାର ପ୍ରଭାବ…..