Report Card Odisha

| Daily Odia News

ଫୁଟୁଛି ଓଡ଼ିଶା, ୮ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଆଭ୍ୟନ୍ତରୀଣ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ଜାରିରହିଛି । ଆଜିଠୁ ୩ ଦିନ ପ୍ରଚଣ୍ଡ ଖରାରେ ସିଝିବ ସାରା ଓଡ଼ିଶା । ଦିନ ସହ ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ୪ ଡିଗ୍ରୀ ପର୍ଯ୍ୟନ୍ତ ଅଧିକ ରହିବା ନେଇ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଉପକୂଳ ଓଡ଼ିଶାରେ ମଧ୍ୟ ପାରଦ ୪୦ ଡିଗ୍ରୀ ଅତିକ୍ରମ କରିବାର ସମ୍ଭାବନା ରହିଛି । ଗୁରୁବାର ଗ୍ରୀଷ୍ମ ପ୍ରବାହ ନେଇ ନୟାଗଡ଼, ବୌଦ୍ଧ, କନ୍ଧମାଳ, କଟକ, ଭଦ୍ରକ, ଯାଜପୁର, ଢେଙ୍କାନାଳ ଓ ଅନୁଗୁଳ ଜିଲାକୁ ସତର୍କ ସୂଚନା ଦିଆଯାଇଛି। ପୂର୍ବାହ୍ଣ ୧୧ଟାରୁ ଅପରାହ୍ଣ ସାଢେ ୩ଟା ମଧ୍ୟରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜନସାଧାରଣ ଅତି ଜରୁରୀ କାମ ନଥିଲେ ପଦାକୁ ବାହାରିବାକୁ ବାରଣ କରାଯାଇଛି। ସତର୍କ ରହିବାକୁ ଏସଆରସି ସତ୍ୟବ୍ରତ ସାହୁ ଜନସାଧାରଣ ଏବଂ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

Breaking News