ରିପୋର୍ଟ କାର୍ଡ / ଭୁବନେଶ୍ୱର
ଲଘୁଚାପଜନିତ ଅତି ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ରାଜ୍ୟର ୬ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲା ଗୁଡ଼ିକ ହେଲା ସମ୍ବଲପୁର, ସୋନପୁର, ବଲାଙ୍ଗିର, ବୌଦ୍ଧ, ବରଗଡ଼, ଅନୁଗୁଳ । ଅନ୍ୟପଟେ ଆଜି ପାଇଁ ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେଗୁଡ଼ିକ ହେଲା ଯାଜପୁର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ବଲାଙ୍ଗିର, ସୋନପୁର ଓ ବୌଦ୍ଧ । ଏହି ଜିଲ୍ଲାଗୁଡ଼ିକୁ ସତର୍କ ରହିବାକୁ ପରାମର୍ଶ ଦିଆଯିବା ସହ ଆଗୁଆ ପ୍ରସ୍ତୁତି ପାଇଁ ମଧ୍ୟ କୁହାଯାଇଛି । ସୂଚନାଯୋଗ୍ୟ, ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଫଳରେ ରାଜ୍ୟରେ ଆସିବାକୁ ଯାଉଛି ବଡ଼ ବର୍ଷା । ଏହାରି ପ୍ରଭାବରେ ଆଜିଠାରୁ ୧୪ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ ।
Discussion about this post