ରିପୋର୍ଟ କାର୍ଡ / ଭୁବନେଶ୍ୱର
ବଙ୍ଗୋପସାଗରର ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶରେ ସମୁଦ୍ର ପତନ ଠାରୁ ୩.୧ କିଲୋମିଟର ଉଚ୍ଚତାରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏଥିସହ ମୌସୁମୀ ନିମ୍ନ ଚାପ ରେଖା ଆଜି (ବୁଧବାର) ରାଜସ୍ଥାନର ବିକାନେରରୁ ବାହାରି ଗଓ୍ଵାଲିୟର୍, ସିଦ୍ଧି, ଗୟା, ମଧ୍ୟ ଦେଇ ପଶ୍ଚିମବଙ୍ଗର ବାଲୁରଘାଟରୁ ଉତ୍ତର-ପୂର୍ବ-ଦିଗରେ ଅରୁଣାଚଳ-ପ୍ରଦେଶ ଯାଏଁ ଲମ୍ବିଛି।ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬.୧ ମିମି ବର୍ଷା ରେକର୍ଡ କରାଯାଇଛି ଯାହା ସ୍ୱାଭାବିକ ବର୍ଷା ୯.୬ ମିମି ତୁଳନାରେ ୩୭ ପ୍ରତିଶତ କମ ରହିଛି। ତେବେ, ବଙ୍ଗୋପସାଗରର ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ୧୩ ଜୁଲାଇ, ଗୁରୁବାର ଅପରାହ୍ନ ମଧ୍ୟରେ ଦକ୍ଷିଣ ଓଡ଼ିଶାର ୫ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଆଜି ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି। ଏ ପରିସ୍ଥିତରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶାର ଗଜପତି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ପ୍ରଭୃତି ୫ଟି ଜିଲ୍ଲାରେ ମଧ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏପରିକି ସ୍ଥଳ ବିଶେଷରେ ବର୍ଷାର ପରିମାଣ ୭ରୁ ୧୧ ମିମି ପର୍ଯ୍ୟନ୍ତ ମଧ୍ୟ ହୋଇପାରେ। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।






More Stories
ବିଧାନସଭାରେ କୋକେଇ ଶୋଭାଯାତ୍ରା…..
ସ୍ବତନ୍ତ୍ର ଶାସନ ସଚିବ ବୁଝିବେ…..
ପୁଣି SCB ମେଡିକାଲରେ ଅଘଟଣ: ଜଳିଲା….