ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସୁଛି ପଶ୍ଚିମା ଝଡ଼ । ଫଳରେ ରାଜ୍ୟର ଉପାନ୍ତରୁ ଉପକୂଳ ପର୍ଯ୍ୟନ୍ତ ଅଞ୍ଚଳ ବର୍ଷାରେ ଭିଜିବ। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାସ ଏପରି ସୂଚନା ଦେଇଥିବା ବେଳେ ଆଶ୍ୱସ୍ତ ଅନୁଭବ କରିଛନ୍ତି ରାଜ୍ୟବାସୀ। ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ୧୫ ତାରିଖରେ ଉପକୂଳ ଏବଂ ଏହା ପାର୍ଶ୍ୱବର୍ତ୍ତୀ ଜିଲ୍ଲା ଯଥାକ୍ରମେ ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, ଢେଙ୍କାନାଳ, କେନ୍ଦ୍ରାପଡା, କୋରାପୁଟ, ରାୟଗଡା ଓ ଗଜପତିରେ ବର୍ଷାର ପ୍ରଭାବ ରହିବ। ୧୬ ତାରିଖରେ ୧୩ଟି ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି । ମାଲକାନଗିରି, କୋରାପୁଟ, ରାୟଗଡା, ଗଂଜାମ, ଗଜପତି, କନ୍ଧମାଳ, ନୟାଗଡ, ଖୋର୍ଦ୍ଧା, କଟକ, ଯାଜପୁର, ଭଦ୍ରକ, ବାଳେଶ୍ବର ଓ ମୟୂରଭଂଜରେ ପବନ ସହ ବିଜୁଳି, ଘଡଘଡି ହେବ। ଏହାବାଦ ୧୭ ତାରିଖରେ ଦକ୍ଷିଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ହେବ । ଏହି ସମୟରେ ଘଣ୍ଟା ପ୍ରତି ୪୫ ରୁ ୫୦ କିଲୋମିଟର ବେଗରେ ପବନ ବହିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ୧୭ ତାରିଖରେ ୧୨ଟି ଜିଲ୍ଲାକୁ ୱାର୍ଣ୍ଣିଂ ଜାରି ହୋଇଛି । ସେଗୁଡିକ ହେଲା ମାଲକାନଗିରି, କୋରାପୁଟ, ରାୟଗଡା, ନବରଙ୍ଗପୁର, ନୂଆପଡା, କଳାହାଣ୍ଡି, ଗଂଜାମ, ଗଜପତି, କନ୍ଧମାଳ, ନୟାଗଡ, ଖୋର୍ଦ୍ଧା ଓ ପୁରୀ ଜିଲ୍ଲା ।






More Stories
ଏମିତି ବଜେଟ୍ କେବେ ଦେଖିନି……
ବିଜେଡିରୁ ନିଲମ୍ବନ ହେଲେ ଶଶୀ…..
ରାଷ୍ଟ୍ରପତିଙ୍କ ଗସ୍ତ:ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରସ୍ତୁତି ଆରମ୍ଭ…..