Report Card Odisha

| Daily Odia News

ଗଭୀର ଅବପାତ ରୂପ ନେଲା ଲଗୁଚାପ,ପ୍ରବଳ ବର୍ଷିବ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଟ୍ୱିନ ସିଟିରେ ଆଜି ମଧ୍ୟ ପ୍ରବଳ ବର୍ଷା ସମ୍ଭାବନା ରହିଛି। ତୁହାକୁ ତୁହା ବର୍ଷା ନେଇ କଟକ ଓ ଭୁବନେଶ୍ୱରରେ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଅପରାହ୍ଣ ୨ଟା ପର୍ଯ୍ୟନ୍ତ ଅଧିକାଂଶ ସ୍ଥାନରେ ବର୍ଷା ଲାଗି ରହିବା ସହ ପାଣି ଜମିବା ଓ ଟ୍ରାଫିକ ସମସ୍ୟା ସୃଷ୍ଟି ନେଇ ମଧ୍ୟ ଆଶଙ୍କା କରାଯାଉଛି। ସେହିପରି ଅତି ପ୍ରବଳ ବର୍ଷା ନେଇ ୪ ଜିଲ୍ଲାକୁ ରେଡ୍‌‌ ୱାର୍ଣ୍ଣିଂ ଜାରି କରାଯାଇଛି। ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ ଜିଲ୍ଲାକୁ ରେଡ୍‌‌ ୱାର୍ଣ୍ଣିଂ ଜାରି କରାଯିବା ସହ ସମ୍ପୃକ୍ତ ଜିଲାରେ କିଛି ସ୍ଥାନରେ ୭ ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି। ପ୍ରବଳ ବର୍ଷା ନେଇ ଅନ୍ୟ ୧୩ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଯାଜପୁର, ଭଦ୍ରକ, ଦେବଗଡ, ସମ୍ବଲପୁର, ସୋନପୁର ବୌଦ୍ଧ, ସୁନ୍ଦରଗଡ, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ପୁରୀ, ବାଲେଶ୍ୱରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ବଙ୍ଗୋପସାଗରରେ ସୃଷ୍ଟ ଅବପାତ ଗଭୀର ଅବପାତରେ ପରିଣତ ହୋଇଛି। ଗଭୀର ଅବପାତଟି ଖେପୁପଡାରୁ ୧୬୦,ଦୀଘାରୁ ୪୨୦ କିମି ଦୂରରେ ରହିଛି। କ୍ରମେ ଏହା ଉତ୍ତର ପଶ୍ଚିମ ଦିଗକୁ ଗତି କରି ଉପକୂଳ ମୁହାଁ ହେବ। ଆଜି ସନ୍ଧ୍ୟା ସୁଦ୍ଧା ବାଂଲାଦେଶ ଖେପୁପଡା ପାଖାପାଖି ଉପକଳ ଛୁଇଁବ ପରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ମୁହାଁ ହୋଇ ଗାଙ୍ଗେୟ ଉପତ୍ୟକା ଆଡକୁ ଯିବ।

Breaking News