ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ଯୋଗୁଁ ଆସନ୍ତାକାଲି ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଓଡ଼ିଶାରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ବର୍ଷାର ପ୍ରଭାବ ଜାରି ରହିବା ସହ ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ।ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଆଜି କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲା ପାଇଁ ପ୍ରବଳ ବର୍ଷାର ସତର୍କତା ଜାରି କରାଯାଇଛି। ଉତ୍ତର ଓ ଉପକୂଳ ଓଡ଼ିଶାର ୧୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି।ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ ଓ ସୁନ୍ଦରଗଡ଼ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ଆସନ୍ତାକାଲି ଲଘୁଚାପର ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ବଢ଼ିବା ନେଇ ପାଣିପାଗ ବିଭାଗ ସତର୍କ କରିଛି। ୨ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ୨୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଲଘୁଚାପର ଗତିପଥ ଓ ତୀବ୍ରତା ଅନୁଯାୟୀ ଆଗାମୀ ଦିନରେ ବର୍ଷାର ପରିମାଣରେ ପରିବର୍ତ୍ତନ ହୋଇପାରେ।ପାଣିପାଗ ବିଭାଗ ପକ୍ଷରୁ ବର୍ଷା ସମୟରେ ଅନାବଶ୍ୟକ ଯାତାୟାତରୁ ଦୂରେଇ ରହିବା ସହ ପବନ ଓ ବର୍ଷା ନେଇ ଜାରି ହେଉଥିବା ପରବର୍ତ୍ତୀ ସତର୍କ ସୂଚନା ଉପରେ ନଜର ରଖିବାକୁ ପରାମର୍ଶ ଦିଆଯାଇଛି।






More Stories
ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ସ୍ତ୍ରୀ ବିଦ୍ୟାଭାରତୀଙ୍କ ଆବେଦନ ଖାରଜ….
ମୁଖ୍ୟମନ୍ତ୍ରୀ ୟୁନିଟ୍-ଗ୍ରୁପ୍ କମ୍ପାନୀ ସହ କରିବେ ଆଲୋଚନା…..
ଆଜିଠୁ ପ୍ରବଳ ବର୍ଷୀବ….