ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର-ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି | ଏହା ସହ ଜଡିତ ଘୁର୍ଣ୍ଣିବଳୟ ବାୟୁମଣ୍ଡଳରେ ୭.୬ କିମି ଉଚ୍ଚତା ଯାଏଁ ବ୍ୟାପିଛି | ଏହାର ପ୍ରଭାବରେ ରବିବାରଠାରୁ ଓଡ଼ିଶାରେ ବର୍ଷା ବଢ଼ିବ। ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ମଧ୍ୟ ଜାରି କରାଯାଇଛି। ଆସନ୍ତା ୩ ଘଣ୍ଟା ପର୍ଯ୍ୟନ୍ତ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି । କଟକ, ଭୁବନେଶ୍ୱରରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗି ରହିଛି । ସେହିପରି ଅନ୍ୟାନ୍ୟ ଜିଲ୍ଲାରେ ମୌସୁମୀ ବାୟୁ ପ୍ରଭାବରେ ବର୍ଷା ଲାଗିରହିଛି । ସୂଚନା ଅନୁଯାୟୀ, ଏହି ବର୍ଷା ଯୋଗୁଁ ଢେଙ୍କାନାଳ, ଅନୁଗୁଳ, ବେଲେଶ୍ୱର, ଭଦ୍ରକ, କଟକ, ଖୋର୍ଦ୍ଧା ଅଲର୍ଟ କରାଯାଇଛି । ସେହିପରି ଜଗତସିଂହପୁର, କେନ୍ଦ୍ରାପଡ଼ା, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ସୁବର୍ଣ୍ଣପୁର, ନୂଆପଡ଼ା ଓ ବଲାଙ୍ଗିର ଜିଲ୍ଲାକୁ ମଧ୍ୟ ଆଲର୍ଟ ଜାରି ହୋଇଛି । ୨୮ ତାରିଖରେ ବି ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ଲାଗିରହିବ। ଏହାପରେ ପାଗରେ ସାମାନ୍ୟ ପରିବର୍ତ୍ତନ ଆସିବା ସହ ବର୍ଷା ପରିମାଣ କମିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଲଘୁଚାପ ଯୋଗୁଁ ୨୫ରୁ ୨୭ ତାରିଖ ମଧ୍ୟରେ ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘଣ୍ଟା ପ୍ରତି ୪୫ରୁ ୫୫ କିମି ବେଗରେ ପବନ ବହିବ। ତାହାକୁ ଦୃଷ୍ଟିରେ ରଖି ମତ୍ସ୍ୟଜୀବୀମାନେ ସମ୍ପୃକ୍ତ ଅଞ୍ଚଳକୁ ନ ଯିବାକୁ ପରାମର୍ଶ ଦିଆଯାଇଛି।






More Stories
ନାବାଳିକାକୁ ଦୁଷ୍କର୍ମ ଓ ପ୍ରସବ ଘଟଣା:ସିଲ୍ ହେବ ନର୍ସିଂହୋମ୍…..
ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ…..
୭ରେ ଓଡ଼ିଶା ଆସିବେ ଅମିତ ଶାହ…..