ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ନେଇ ଭୁବନେଶ୍ବର ସ୍ଥିତ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ରାଜ୍ୟର ୧୮ଟି ଜିଲ୍ଲାକୁ ସତର୍କ କରାଯାଇଛି । ଆସନ୍ତାକାଲି ଅର୍ଥାତ ମଙ୍ଗଳବାର ସକାଳ ୮ଟା ୩୦ ଯାଏଁ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ବଲାଙ୍ଗିର, ବରଗଡ଼, ଝାରସୁଗୁଡ଼ା, ସୁବର୍ଣ୍ଣପୁର, ବୌଦ୍ଧ, ଅନୁଗୁଳ, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ମାଲକାନଗିରି, ଢେଙ୍କାନାଳ, କଟକ, ଜଗତସିଂହପୁର ଓ ପୁରୀରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି ।
More Stories
ଓଡ଼ିଶାର ୧୯ ପୋଲିସ କର୍ମଚାରୀଙ୍କୁ ମିଳିବ ପଦକ….
ମାହାଙ୍ଗା ଡବଲ ମର୍ଡର ମାମଲା:ରାଜ୍ୟ ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ଜବାବ ତଲବ…..
ମୋଷ୍ଟ ୱାଣ୍ଟେଡ୍ ଆଲୋକ ସେଠୀ ନିହତ: ଘର ନିଆଳି….