Report Card Odisha

| Daily Odia News

୧୩ ଜିଲ୍ଲାରେ ଘୂର୍ଣ୍ଣିଝଡ଼ ସହ ପ୍ରବଳ ବର୍ଷା ସମ୍ଭାବନା…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ବଙ୍ଗୋପସାଗରର ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୧୪ ଜୁଲାଇ, ଶୁକ୍ରବାର ଅପରାହ୍ନ ମଧ୍ୟରେ ଓଡ଼ିଶାର ୧୩ଟି ଜିଲ୍ଲାରେ ଘୂର୍ଣ୍ଣିଝଡ଼ ଓ ବଜ୍ରପାତ ସହ ବର୍ଷାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଆଜି ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି। ଏ ପରିସ୍ଥିତରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ଅନୁଗୁଳ, ଢ଼େଙ୍ଗାନାଳ, କଟକ, ପୁରୀ, ନୟାଗଡ଼, ଖୋର୍ଦ୍ଧା, ବୌଦ୍ଧ, କନ୍ଧମାଳ, ଗ୍ୟଜାମ ଓ ଗଜପତି ପ୍ରଭୃତି ୧୩ଟି ଜିଲ୍ଲାରେ ଘୂର୍ଣ୍ଣିଝଡ଼ ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

 

Breaking News