ରିପୋର୍ଟ କାର୍ଡ / ଭୁବନେଶ୍ୱର
ପଶ୍ଚିମ ମିଆଁମାର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟ ଘୁର୍ଣ୍ଣିବଳୟ ଲଘୁଚାପର ରୂପ ନେଇ ଘନୀଭୂତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ୩ ଦିନ ଯାଏ ବର୍ଷା ଲାଗି ରହିବ। ଆଜି ୧୪ଟି ଜିଲ୍ଲାକୁ ଅରେଞ୍ଜ ଓ ୧୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସବୁ ଜିଲ୍ଲାରେ ୧୧ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି। ଏହି ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ କେନ୍ଦ୍ରରେ ସୂଚନା ଅନୁସାରେ, ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହି ଜିଲ୍ଲା ଗୁଡ଼ିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ଢେଙ୍କାନାଳ, କନ୍ଧମାଳ ଓ କଳାହାଣ୍ଡି। ସେହିପରି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହି ଜିଲ୍ଲା ଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ନୂଆପଡ଼ା, ବଲାଙ୍ଗିର, ବୌଦ୍ଧ, ସୋନପୁର, ବରଗଡ଼, ସମ୍ବଲପୁର, ଅନୁଗୁଳ, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ମୟୂରଭଞ୍ଜ ଓ କେନ୍ଦୁଝର। ଏହି ସବୁ ଜିଲ୍ଲାର ପ୍ରବଳ ବର୍ଷା ହେବା ଯୋଗୁ କେତେକ ସ୍ଥାନରେ ଭୂସ୍ଖଳନ ହୋଇପାରେ। ଏହାସହ ତଳିଆ ଅଞ୍ଚଳରେ ପାଣି ଜମିବାର ମଧ୍ୟ ସମ୍ଭାବନା ରହିଛି। ତେବେ ମୂଷଳ ଧାରାରେ ବର୍ଷା ହେବାକୁ ଥିବାରୁ ଦୃଶ୍ୟମାନ ଦୂରତା ହ୍ରାସ ପାଇବ। ଫଳରେ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହେବା ଆଶଙ୍କା ରହିଛି। ଏହାସହ କେତେକ ସ୍ଥାନରେ ଟ୍ରାଫିକ ଜାମ୍ ଭଳି ପରିସ୍ଥିତି ଉପୁଜିପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।






More Stories
ରୋଡ କଂଗ୍ରେସ ସମାବେଶ ଉଦ୍ଘାଟିତ……
ନୂଆପଡ଼ାରେ ନବୀନ…..
ଚତୁର୍ଥ ଦିନରେ ଉତ୍କଳ ବିଲ୍ଡର୍ସରେ ଆୟକର ଚଢାଉ…..