ରିପୋର୍ଟ କାର୍ଡ / ଭୁବନେଶ୍ୱର
ବାତ୍ୟା ‘ଅସାନି’ ଘଣ୍ଟାକୁ ୨୫ କିଲୋମିଟର ବେଗରେ ବଙ୍ଗୋପସାଗରରେ ଗତି କରୁଛି | ପୁରୀଠାରୁ ୬୮୦ କିଲୋମିଟର ଦୂରରେ ଥିବା ‘ଅସାନି’ ଉତ୍ତର-ପଶ୍ଚିମ ଦିଗରେ ଗତି କରୁଥିବା ଜଣାପଡିଛି । ଏହା ଉତ୍ତର, ଉତ୍ତର-ପୂର୍ବ ଦିଗରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଥିବା ପାଣିପାଗ ବିଭାଗ ତରଫରୁ ସୂଚନା ମିଳିଛି । ଏହା ପ୍ରଭାବରେ ଆସନ୍ତାକାଲିଠାରୁ ଉପକୂଳବର୍ତ୍ତୀ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହା ୧୨ ତାରିଖ ଯାଏ ବଳବତ୍ତର ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଆସନ୍ତାକାଲି ୧୦ ତାରିଖରେ ଗଜପତି, ଗଞ୍ଜାମ ଓ ପୁରୀରେ ମଧ୍ୟମରୁ ପ୍ରବଳ ବର୍ଷା ହେବ। ୧୧ ତାରିଖରେ ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କଟକ ଓ ଜଗତସିଂହପୁରରେ ଗୋଟିଏ, ୨ଟି ସ୍ଥାନରେ ବର୍ଷିବ। ସେହିଭଳି ୧୨ ତାରିଖରେ ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱରରେ ଗୋଟିଏ, ୨ଟି ସ୍ଥାନରେ ପ୍ରବଳ ବର୍ଷା ହେବ। ଆସନ୍ତା ୧୨ ତାରିଖରେ ପାରାଦୀପ ନିକଟରେ ‘ଅସାନି’ ଦୁର୍ବଳ ହୋଇ ବାତ୍ୟା ରୂପରେ ଅତିକ୍ରମ କରିବ । ଏଥିନିମନ୍ତେ ଓଡ଼ିଶାର ସମସ୍ତ ସାମୁଦ୍ରିକ ବନ୍ଦର ଚାନ୍ଦବାଲି, ଗୋପାଳପୁର, ପାରାଦୀପ, ପୁରୀ ସିଗନାଲ ପୋର୍ଟରେ ବିପଦ ସଙ୍କେତ-୨ ଜାରି କରାଯାଇଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।






More Stories
ଝଡ଼ ବର୍ଷା:୮ ଜିଲ୍ଲାକୁ ୟେଲୋ ଓ୍ବାର୍ନିଂ…..
ବିଜେଡିରେ ମିଶିଲେ ରଘୁନାଥ ମହାନ୍ତି-ଜୀବନ ପ୍ରଦୀପ….
୨ରୁ ଯୁକ୍ତ ଦୁଇ ଖାତାଦେଖା…..