Report Card Odisha

| Daily Odia News

ପ୍ରବଳ ବର୍ଷୀବ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜ୍ୟର ଅବଶିଷ୍ଟ ଅଂଶକୁ ସ୍ପର୍ଶ କରିଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ସ୍ଥିତି ଅନୁକୂଳ ଥିବାରୁ ମଙ୍ଗଳବାର ସମସ୍ତ ଜିଲାକୁ ମୌସୁମୀ ପ୍ରବେଶ କରିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହା ପ୍ରଭାବରେ ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ତେବେ କଟକ, ରାୟଗଡ଼ା, କୋରାପୁଟ, ଗଜପତି ଏବଂ ନୟାଗଡ଼ ଜିଲାକୁ ପ୍ରବଳ ବର୍ଷା ନେଇ ସତର୍କତା ଜାରି କରାଯାଇଛି। ଅନ୍ୟପକ୍ଷରେ ବଙ୍ଗୋପସାଗରରେ ଦୁଇଟି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଜୁନ୍‌ ୨୫ ବେଳକୁ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହା କ୍ରମଶଃ ଘନୀଭୂତ ହୋଇ ଲଘୁଚାପରେ ପରିଣତ ହେବ। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ୨୫ରୁ ୨୭ ତାରିଖ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି। ସେହିପରି ୨୯ ତାରିଖରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ ଓ ଜୁଲାଇ ୨ରୁ ୪ ତାରିଖ ମଧ୍ୟରେ ଏହା ଲଘୁଚାପର ରୂପ ନେଇପାରେ। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଜାରି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ଇତିମଧ୍ୟରେ ମୌସୁମୀ ବର୍ଷା ସହ କୋହଲା ପାଗ ଯୋଗୁ ରାଜ୍ୟରେ ତାପମାତ୍ରା କମିବା ସହ ଥଣ୍ଡା ବାୟୁ ପ୍ରବାହିତ ହେଉଛି।

Breaking News