ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଚତୁର୍ଥ ଥର ପାଇଁ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ହେମନ୍ତ ସୋରେନ ଶପଥ ନେଇଛନ୍ତି। ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିର ମୋରହାବାଡି ପଡ଼ିଆରେ ଆୟୋଜିତ ଏକ ଭବ୍ୟ ଶପଥ ଗ୍ରହଣ ଉତ୍ସବରେ ହେମନ୍ତ ସୋରେନ୍ ଝାଡ଼ଖଣ୍ଡର ୧୪ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ରାଜ୍ୟପାଳ ସନ୍ତୋଷ କୁମାର ଗଙ୍ଗୱାର ହେମନ୍ତ ସୋରେନଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଶପଥ ନେବା ପୂର୍ବରୁ ହେମନ୍ତ ସୋରେନ ଏକ ଟୁଇଟ କରି ଝାଡ଼ଖଣ୍ଡବାସୀଙ୍କୁ ଜୋହାର କରି ଶୁଭେଚ୍ଛା ଜଣାଇବା ସହ ଆଜିକୁ ଐତିହାସିକ ବୋଲି ବର୍ଣ୍ଣନା କରିଛନ୍ତି। ସେ ଏହି ଦିବସର ରାଜନୈତିକ ମହତ୍ତ୍ୱ ଉପରେ ଗୁରୁତ୍ୱାରୋପ କରି କହିଥିଲେ ଯେ ଆମର ଏକତା ହେଉଛି ଆମର ସବୁଠାରୁ ବଡ଼ ଅସ୍ତ୍ର । ଏହି ଶପଥଗ୍ରହଣ ଅବସରରେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେ, କଂଗ୍ରେସ ସାଂସଦ ତଥା ବିରୋଧୀ ଦଳ ନେତା ରାହୁଲ ଗାନ୍ଧି, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ଆପ ମୁଖ୍ୟ ଅରବିନ୍ଦ କେଜ୍ରିଓ୍ବାଲ, ପଂଜାବ ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ, କର୍ଣ୍ଣାଟକ ଉପମୁଖ୍ୟମନ୍ତ୍ରୀ ଡିକେ ଶିବକୁମାର, ସପା ନେତା ଅଖିଳେଶ ଯାଦବ, ଆରଜେଡି ନେତା ତେଜସ୍ବୀ ଯାଦବ ପ୍ରମୁଖ ଇଣ୍ଡିଆ ମେଣ୍ଟ ନେତାମାନେ ଯୋଗ ଦେଇଥିଲେ ।






More Stories
ବୋମା ବିସ୍ଫୋରଣରେ ରୁଷ୍ ଜେନେରାଲ ମୃତ……
ବାଂଲାଦେଶରେ ଥମୁନି ହିଂସା,ଆଉ ଜଣେ ନେତାଙ୍କୁ ଗୁଳି…..
ନିଜକୁ ଗୁଳି କଲେ ପୂର୍ବତନ ଆଇଜି…..