ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ନଭେମ୍ବର ୨୮ତାରିଖରେ ଝାଡ଼ଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ଭାବେ ହେମନ୍ତ ସୋରେନ ଶପଥ ନେବେ | ସେ ରବିବାର ରାଜ୍ୟପାଳ ସନ୍ତୋଷ ଗଙ୍ଗୱାରଙ୍କୁ ଭେଟି ଇସ୍ରଫା ପତ୍ର ଦେବା ସହ ସରକାର ଗଠନ କରିବାକୁ ଦାବି ଜଣାଇଛନ୍ତି। ଏହି ସମାରୋହରେ ବିରୋଧୀ ଦଳର ନେତା ସାମିଲ ହେବେ। ତୃଣମୂଳ କଂଗ୍ରେସ ସୁପ୍ରିମୋ ତଥା ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, କଂଗ୍ରେସ ନେତା ରାହୁଲ ଗାନ୍ଧୀ, ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ, ଆପ୍ ସଂଯୋଜକ ଅରବିନ୍ଦ କେଜ୍ରିୱାଲ, ଆରଜେଡି ନେତା ତେଜସ୍ୱୀ ଯାଦବ ପ୍ରମୁଖ ଏହି ସମାରୋହରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ସେ ଆଜି ରାଜ୍ୟପାଳ ସନ୍ତୋଷ ଗଙ୍ଗୱାରଙ୍କୁ ଭେଟି ଇସ୍ରଫା ପତ୍ର ଦେବା ସହ ସରକାର ଗଠନ କରିବାକୁ ଦାବି ଜଣାଇଛନ୍ତି। ବିଧାନସଭା ନିର୍ବାଚନରେ ସୋରେନଙ୍କ ଜେଏମଏମ ନେତୃତ୍ୱାଧୀନ ମିଳିତ ମଞ୍ଚ ୫୬ଟି ଆସନରେ ବିଜୟୀ ହୋଇ ପୂର୍ଣ୍ଣ ବହୁମତ ପାଇଛି। ମୋଟ ୮୧ଟି ଆସନରୁ ଦଳକୁ ମିଳିଛି ୫୬ଟି ସିଟ୍।






More Stories
ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା…..
ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍…..
ରେପୋ ହାର ହ୍ରାସ…..