ରିପୋର୍ଟ କାର୍ଡ / ଭୁବନେଶ୍ବର
ହାଇଟେକ୍ ବିସ୍ଫୋରଣ ଘଟଣାରେ ତୃତୀୟ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି | ନିଜକୁ ଦିଲ୍ଲୀପ ସାମନ୍ତରାୟ କହୁଥିବା ବ୍ୟକ୍ତିଙ୍କର ଚିକିତ୍ସାଧୀନ ଅବସ୍ଥାରେ ଆଜି ସକାଳେ ମୃତ୍ୟୁ ହୋଇଛି। ଏନେଇ ହାଇଟେକ୍ ମେଡିକାଲ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି । ଭୁବନେଶ୍ୱର ସ୍ଥିତ ହାଇଟେକ୍ ହସ୍ପିଟାଲରେ ଏସି କଂପ୍ରେସର ବିସ୍ଫୋରଣ ଘଟଣାରେ ଶୁକ୍ରବାର ନୂଆ ଟ୍ୱିଷ୍ଟ୍ ସାମ୍ନାକୁ ଆସିଥିଲା । ହାଇଟେକରେ ବିସ୍ଫୋରଣ ଘଟଣାରେ ଦିଲ୍ଲୀପଙ୍କ ମୃତ୍ୟୁ ଖବର ନୂଆ ମୋଡ ନେଇଥିଲା। ଦିଲ୍ଲୀପ ସାମନ୍ତରାୟ ଜୀବିତ ଥିବା ମେଡିକାଲ କର୍ତ୍ତୃପକ୍ଷ କହିଥିଲେ । ଦ୍ୱନ୍ଦ୍ୱ ଦୂର ପାଇଁ ଡିଏନ୍ଏ ଟେଷ୍ଟ କରାଯିବ ବୋଲି କୁହାଯାଇଥିଲା। ସ୍ୱାମୀ ଦିଲ୍ଲୀପଙ୍କ ମୃତ୍ୟୁ ହୋଇଥିବା ଭାବି ତାଙ୍କ ପତ୍ନୀ ଆତ୍ମହତ୍ୟା କରିଥିଲେ।






More Stories
୧ରୁ ସୁଭଦ୍ରା ନୂଆ ଆବେଦନ…..
ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ….
ସରିଲା ଯୁକ୍ତ ୨ ପରୀକ୍ଷା:୪୫ ଦିନ ଭିତରେ ରେଜଲ୍ଟ…..