ରିପୋର୍ଟ କାର୍ଡ / ଭୁବନେଶ୍ବର
୨୦୨୦ ବିଶ୍ୱବିଦ୍ୟାଳୟ ସଂଶୋଧନ ଆଇନ୍ ରେ ପୁଣି ସଂଶୋଧନ ହେବ | ଏନେଇ ଆଜି ବିଧାନସଭାରେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସୂଚନା ଦେଇଛନ୍ତି। ଗୃହରେ ବିଜେଡି ବିଧାୟକ ଗଣେଶ୍ୱର ବେହେରାଙ୍କ ପ୍ରଶ୍ନର ଉତ୍ତର ଦେଇ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଏକଥା କହିଛନ୍ତି। ଉଚ୍ଚଶିକ୍ଷା ମନ୍ତ୍ରୀ କହିଛନ୍ତି, ବିଶ୍ୱବିଦ୍ୟାଳୟ ନିୟମରେ ପୁରୁଣା ଢାଞ୍ଚାକୁ ଆପଣାଯିବ। ପୁଣି ବିଶ୍ୱବିଦ୍ୟାଳୟରେ ସିନେଟ୍ ବ୍ୟବସ୍ଥା ରହିବ। ବିଶ୍ୱବିଦ୍ୟାଳୟ ସ୍ୱତନ୍ତ୍ରତା ବଜାୟ ରହିବ। ସବୁଠାରୁ ବଡ଼ କଥା ହେଲା ଯେ ରାଜ୍ୟରେ ଥିବା ବିଶ୍ୱବିଦ୍ୟାଳୟଗୁଡ଼ିକୁ ନିଯୁକ୍ତି କ୍ଷମତା ଦିଆଯିବ। ଏନେଇ ସରକାରୀ ସ୍ତରରେ ବିଚାରବିମର୍ଶ ଚାଲିଛି।






More Stories
୧୦ ପ୍ରସ୍ତାବ ଉପରେ ରାଜ୍ୟ କ୍ୟାବିନେଟ୍ ମୋହର…..
ଚାଷୀଙ୍କ ସମସ୍ୟା ନେଇ ରାସ୍ତାକୁ ଓହ୍ଲାଇବ ବିଜେଡି…..
ବିଜେପି ନେତାଙ୍କ ଉପରେ ହେଉ କାର୍ଯ୍ୟାନୁଷ୍ଠାନ…..