ରିପୋର୍ଟ କାର୍ଡ / କଟକ
ହାଇକୋର୍ଟରେ ପହଞ୍ଚିଲା ମହାଲିଙ୍ଗ୍ ସ୍ଥିତ ସନସାଇନ୍ ପବ୍ଲିକ୍ ସ୍କୁଲ ଶିକ୍ଷୟତ୍ରୀ ମମିତା ମେହେର ହତ୍ୟା ମାମଲା । ସିବିଆଇ ତଦନ୍ତ ଦାବିରେ ହୋଇକୋର୍ଟରେ ଦାୟର ହେଲା ଜନସ୍ବାର୍ଥ ମାମଲା ଭାରତୀୟ ବିକାଶ ପରିଷଦ ପକ୍ଷରୁ ଜନସ୍ବାର୍ଥ ମାମଲା ଦାୟର ହୋଇଛି । ମାମଲାର ସିବିଆଇ ତଦନ୍ତ ଦାବି ସହ ପୀଡିତାଙ୍କ ପରିବାରକୁ ୫୦ ଲକ୍ଷ କ୍ଷତିପୂରଣ ଦେବାକୁ ଭାରତୀୟ ବିକାଶ ପରିଷଦ ପକ୍ଷରୁ ଦାୟର ଜନସ୍ବାର୍ଥ ମାମଲାରେ ଦର୍ଶାଯାଇଛି । ମମିତା ମୃତ୍ୟୁ ମାମଲାର ନିରପେକ୍ଷ ତଦନ୍ତ ସହ ଦୋଷୀମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବା ପାଇଁ କୋର୍ଟଙ୍କୁ ଅନୁରୋଧ କରାଯାଇଛି । ଭାରତୀୟ ବିକାଶ ପରିଷଦ ପକ୍ଷରୁ ଦାୟର ହୋଇଥିବା ଜନସ୍ବାର୍ଥ ମାମଲାରେ ରାଜ୍ୟ ମୁଖ୍ୟ ଶାସନ ସଚିବ, ଗୃହ ସଚିବ, ବଲାଙ୍ଗୀର ଏସପିଙ୍କ ସମେତ ୯ ଜଣଙ୍କୁ ପକ୍ଷଭୁକ୍ତ କରାଯାଇଛି ।






More Stories
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ,ବାତ୍ୟା ଆଶଙ୍କା…..
ପିଲାଙ୍କୁ ମିଳିବ ୟୁନିଫର୍ମ…..
ବସ୍ତି ବାସିନ୍ଦାଙ୍କୁ ମିଳିବ ଘର…..