ରିପୋର୍ଟ କାର୍ଡ / ଭୁବନେଶ୍ଵର
ରାଜ୍ୟ ସରକାରଙ୍କ ଜଳ ସମ୍ପଦ ବିଭାଗଦ୍ଵାରା ମାନ୍ୟବର ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲ୍ ସମ୍ମୁଖରେ ଚାଲୁଥିବା ଆଲୋଚନା ଓ ପ୍ରକ୍ରିୟାଗୁଡିକୁ ଦୃଷ୍ଟିରେ ରଖି, ଏବଂ ମହାନଦୀ ଜଳ ବିଷୟର ଜଟିଳତା ଓ ଭାବପ୍ରବଣତାର ଗୁରୁତ୍ୱକୁ ମନେକରି, ସରକାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି । ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ଏହି କମିଟି ଗଠନ କରାଯାଇଛି।ଏହି କମିଟି ମହାନଦୀ ଜଳ ସମ୍ବନ୍ଧୀୟ ସମସ୍ତ ପ୍ରାସଙ୍ଗିକ ଦିଗକୁ ପରୀକ୍ଷା କରିବ ଏବଂ ରାଜ୍ୟର ବୈଷୟିକ ଏବଂ ପ୍ରଶାସନିକ ସ୍ତରରେ ଚାଲୁଥିବା ପ୍ରୟାସଗୁଡ଼ିକୁ ଆବଶ୍ୟକ ନୀତିଗତ ଦିଗଦର୍ଶନ ପ୍ରଦାନ କରିବ। ଏହି କମିଟିରେ ମନ୍ତ୍ରୀ ସୁରେଶ ପୂଜାରୀ, ପୃଥ୍ବୀରାଜ ହରିଚନ୍ଦନ, ସମ୍ପଦ ଚନ୍ଦ୍ର ସ୍ଵାଇଁ, ଶ୍ରୀ ସରୋଜ କୁମାର ପ୍ରଧାନ, ନିରଞ୍ଜନ ପୂଜାରୀ, ଜୟନାରାୟଣ ମିଶ୍ର, ଏବଂ ଶ୍ରୀମତୀ ସୋଫିଆ ଫିର୍ଦୋସ୍ ପ୍ରମୁଖ ଉପସ୍ଥିତ ଥିଲେ।






More Stories
ଆସୁଛି ଲଘୁଚାପ…..
ସୈାମ୍ୟରଞ୍ଜନ ମୃତ୍ୟୁ ଘଟଣା;ଗିରଫ ସଂଖ୍ୟା ୧୧କୁ ବୃଦ୍ଧି….
ବିଜେପିର ଶପଥ ଗ୍ରହଣ ଉତ୍ସବ:ଦୁର୍ଗା ମୂର୍ତ୍ତିରୁ ମଞ୍ଚ ଉପରେ ଝାଲମୁଢି ପର୍ଯ୍ୟନ୍ତ….