ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଓ କଂଗ୍ରେସ ସାଂସଦ ରାହୁଲ ଗାନ୍ଧି। ସେ ଦିନ ୧୧ଟା ୩୦ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ। ଏହାପରେ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ କଟକର ସତ୍ୟଭାମାପୁର ଯିବେ। ସେଠାରେ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ। ସତ୍ୟଭାମାପୁରରୁ ହେଲିକପ୍ଟର ଯୋଗେ ସାଲେପୁର ଯିବେ। ଦିନ ୧୨ଟା ୨୫ରୁ ୧ଟା ୪୫ ଯାଏଁ ସାଲେପୁରରେ ସାଧାରଣ ସଭାରେ ଯୋଗଦେବେ। ସେହିପରି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ସାଢେ ୪ଟାରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି। ଭୁବନେଶ୍ୱର ପହଞ୍ଚି ପରେ ନଡ୍ଡା ସିଧା ସଳଖ ସ୍ୱତନ୍ତ୍ର ବିମାନରେ ବ୍ରହ୍ମପୁର ରଙ୍ଗେଇଲୁଣ୍ଡା ଏୟାରଷ୍ଟ୍ରିପ ଯିବେ। ସାଢେ ୫ଟାରେ ଆମ୍ବପୁଆ ଠାରେ ସାଧାରଣ ସଭାରେ ଯୋଗ ଦେବେ ନଡ୍ଡା। ପରେ ସଂଧ୍ୟା ୬ଟା ୪୫ରେ କାର୍ଯ୍ୟକର୍ତ୍ତା ବୈଠକରେ ଯୋଗ ଦେବେ। ଏହି ବୈଠକରେ ବ୍ରହ୍ମପୁର, ଆସ୍କା, ନବରଙ୍ଗପୁର ଓ କୋରାପୁଟର କାର୍ଯ୍ୟକର୍ତ୍ତା ମାନେ ଯୋଗ ଦେବେ। ତେବେ ନଡ୍ଡା ବ୍ରହ୍ମପୁରରେ ରାତ୍ରି ରହଣୀ କରି ପର ଦିନ ସକାଳେ ଦିଲ୍ଲୀ ଫେରିବା କାର୍ଯ୍ୟକ୍ରମ ରହିଛି। ଦିନକ ତଳେ ସୋନପୁର ବିଜୟ ସଂକଳ୍ପ ସମାବେଶରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ନବୀନ ସରକାରକୁ ସିଧାସଳଖ ନିଶାନା କରିଥିବାରୁ ଆଜି ନଡ୍ଡା କଣ କହୁଛନ୍ତି ତା ପରେ ସମସ୍ତଙ୍କ ନଜର ରହିଛି।






More Stories
୧୦ ପର୍ଯ୍ୟନ୍ତ କାଳବୈଶାଖୀ…..
୧୪ ବିଶ୍ୱବିଦ୍ୟାଳୟର କୁଳପତି ନିଯୁକ୍ତ…..
ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….