ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତା ୭ ତାରିଖରୁ ରାଜ୍ୟର ସମସ୍ତ ଉଚ୍ଚ ଶିକ୍ଷାନୁଷ୍ଠାନରେ କ୍ଲାସରୁମ୍ ପାଠପଢ଼ା ଆରମ୍ଭ ହେବ। ଏହାକୁ ଦୃଷ୍ଟିରେ ରଖି ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ବିଶ୍ୱବିଦ୍ୟାଳୟ ଓ କଲେଜ ଗୁଡ଼ିକୁ ୬ ତାରିଖରୁ ହଷ୍ଟେଲ ଗୁଡ଼ିକୁ ଖୋଲିବାକୁ ନିର୍ଦ୍ଦେଶ ଦିଆଯାଇଛି। ଆଜି ଏନେଇ ଉଚ୍ଚଶିକ୍ଷା ବିଭାଗ ପ୍ରମୁଖ ସଚିବ ସମସ୍ତ ବିଶ୍ୱବିଦ୍ୟାଳୟର କୁଳପତି ଓ କଲେଜର ଅଧ୍ୟକ୍ଷମାନଙ୍କୁ ଚିଠି ଲେଖିଛନ୍ତି। ରାଜ୍ୟରେ କରୋନା ସଂକ୍ରମଣ ମାମଲା ହ୍ରାସ ପାଉଥିବାରୁ ସରକାର ଶିକ୍ଷାନୁଷ୍ଠାନରେ ପାଠପଢ଼ା ସ୍ୱାଭାବିକ କରିବାକୁ ନିଷ୍ପତ୍ତି ନେଇଛନ୍ତି। ସେଥିପାଇଁ ୭ ତାରିଖରୁ ଅଷ୍ଟମ ଶ୍ରେଣୀ ଓ ତଦୁର୍ଦ୍ଧ୍ୱ ଶ୍ରେଣୀର ଶିକ୍ଷାନୁଷ୍ଠାନଗୁଡ଼ିକ ଖୋଲିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସେଥିରେ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ବିଶ୍ୱବିଦ୍ୟାଳୟ ଓ କଲେଜ ମଧ୍ୟ ରହିଛି। ସେହିପରି ଫେବ୍ରୁଆରୀ ୧୪ତାରିଖରୁ କେଜିରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କ ପାଇଁ ସ୍କୁଲ ଖୋଲିବ। ତେବେ ଏହି ପାଠପଢ଼ା ଅନଲାଇନ/ଅଫଲାଇନ୍ ମାଧ୍ୟମରେ ହୋଇପାରିବ। ଶିକ୍ଷାନୁଷ୍ଠାନ ସହ ଜଡ଼ିତ ଥିବା ବିଭାଗଗୁଡ଼ିକ ସ୍ୱତନ୍ତ୍ର ଭାବେ ନିଜ ନିଜର ଗାଇଡଲାଇନ୍ ଜାରି କରିବେ।






More Stories
ଅକ୍ଟୋବରରୁ ନୂଆ ଭୋଟର ତାଲିକା ପ୍ରସ୍ତୁତି…..
ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି…..
ହୀରାକୁଦ ଖୋଲିଲା ଆଉ ୪ ଗେଟ୍…..