ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଭିନ୍ନ ବର୍ଗରେ ଲୋକଙ୍କୁ ମିଳୁଥିବା ସରକାରୀ ଭତ୍ତା ପରିମାଣ ବୃଦ୍ଧି ପାଇବ। ଏହି ଭତ୍ତା ଟଙ୍କାକୁ ସର୍ବନିମ୍ନ ୩୦୦୦ ଟଙ୍କାକୁ ବୃଦ୍ଧି କରାଯିବ। ଏନେଇ ଘୋଷଣା କରିଛନ୍ତି ସାମାଜିକ ସୁରକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ବାର୍ଦ୍ଧକ୍ୟ ଭତ୍ତା, ବିଧବା ଭତ୍ତା ଓ ଦିବ୍ୟାଙ୍ଗ ଭତ୍ତାକୁ ଗୁରୁତ୍ୱ ଦିଆଯିବ ବୋଲି ସୂଚନା ଦେଇଛନ୍ତି ମନ୍ତ୍ରୀ। ସେ ନେଇ ପ୍ରସ୍ତୁତି ଚାଲିଛି ଏବଂ ଅର୍ଥ ବିଭାଗ ସହ ବିସ୍ତୃତ ଆଲୋଚନା ପରେ ଏହାକୁ କାର୍ଯ୍ୟକାରୀ କରାଯିବ ବୋଲି ଗଣଶିକ୍ଷା ତଥା ସାମାଜିକ ସଶକ୍ତିକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଛନ୍ତି। ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଛନ୍ତି, ବିଭିନ୍ନ ବର୍ଗର ଭତ୍ତା ବଢାଇବାକୁ ସରକାର ଚିନ୍ତା କରୁଛନ୍ତି। ବିଭିନ୍ନ ବିଭାଗ ଅଧିକାରୀଙ୍କ ସହ ଏନେଇ ସହ ଆଲୋଚନା ଜାରି ରହିଛି।ଆଲୋଚନା ପରେ କେଉଁ ବର୍ଗର ଭତ୍ତାକୁ ବୃଦ୍ଧି କରାଯିବ ସେନେଇ ସ୍ପଷ୍ଟ କରାଯିବ ବୋଲି କହିଛନ୍ତି। ତେବେ ନିର୍ବାଚନ ପୂର୍ବରୁ ବିଜେପି ଭତ୍ତା ବୃଦ୍ଧି କରିବାକୁ ସଂକଳ୍ପପତ୍ରରେ ଯେଉଁ ପ୍ରତିଶ୍ରୁତି ଦେଇଥିଲା ତାକୁ ପୂରଣ କରିବାକୁ ଯାଉଛି ବୋଲି କୁହାଯାଉଛି।
More Stories
କ୍ଷମା ମାଗ,ନଚେତ୍ ନବୀନ ନିବାସ ଘେରିବୁ…..
ଓଡ଼ିଆ ନବବର୍ଷରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି,ପ୍ରଧାନମନ୍ତ୍ରୀ,ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ…..
ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି…..