ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆଜି ଆସାମର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ହିମନ୍ତ ବିଶ୍ୱ ଶର୍ମା । ଗତକାଲି ବିଜେପି ବିଧାୟକ ଦଳର ହିମନ୍ତ ମୁଖ୍ୟମନ୍ତ୍ରୀ ହେବା ନେଇ ଘୋଷଣା ହୋଇଥିଲା । ଆଜି ମଧ୍ୟାହ୍ନ ୧୨ଟାରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ । ତେବେ ଶର୍ମାଙ୍କ ସହ ଆଉ କେଉଁ ମନ୍ତ୍ରୀ ଶପଥ ନେବେ କି ନାହିଁ ତାହା ଜଣା ପଡି ନାହିଁ । କ୍ରମାଗତ ପଞ୍ଚମ ଥର ପାଇଁ ଜାଲୁକବାରୀ ଆସନରୁ ଶର୍ମା ବିଧାୟକ ଭାବରେ ନିର୍ବାଚିତ ହୋଇଛନ୍ତି । ଆସାମର ୧୨୬ ସଦସ୍ୟ ବିଶିଷ୍ଟ ବିଧାନସଭା ଆସନ ମଧ୍ୟରୁ ଶାସକ ମିଳିତ ମଞ୍ଚ ୭୫ ଟି ସିଟ୍ ପାଇଥିଲା । ବିଜେପି ୬୦ ଟି ସିଟ୍ ପାଇଥିବାବେଳେ ଏହାର ମିଳିତ ସହଯୋଗୀ ଆସାମ ଗଣ ପରିଷଦ (ଏଜିପି) ଏବଂ ୟୁନାଇଟେଡ୍ ପିପୁଲ୍ସ ପାର୍ଟି ଲିବରାଲ୍ସ (ୟୁପିପିଏଲ୍) ଯଥାକ୍ରମେ ନଅ ଓ ୬ଟି ସିଟ୍ ପାଇଛି । କଂଗ୍ରେସରୁ ଆସି ବିଜେପିରେ ଯୋଗଦେବା ପରେ ପୂର୍ବୋତ୍ତର ରାଜ୍ୟର ମୁଖ୍ୟମନ୍ତ୍ରୀ ହୋଇଥିବା ୩ୟ ନେତା ହେବେ ଶ୍ରୀ ଶର୍ମା ।
More Stories
ଜାଲିକାଟୁ ଖେଳରେ ୭ ମୃତ,୪୦୦ରୁ ଅଧିକ ଆହତ….
ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲା;ସଞ୍ଜୟ ରାୟ ଦୋଷୀ ସାବ୍ୟସ୍ତ…..
ସୈଫ୍ଙ୍କୁ ଆକ୍ରମଣ:ସନ୍ଦୀଗ୍ଧ ଆକ୍ରମଣକାରୀ ଗିରଫ…..