ରିପୋର୍ଟ କାର୍ଡ / ସମ୍ବଲପୁର
ହୀରାକୁଦ ଡ୍ୟାମର ଆଉ ୮ଟି ଗେଟ୍ ଖୋଲିଛି । ଏବେ ମୋଟ୍ ୧୦ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବର୍ଷା ଜଳ । ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ହୀରାକୁଦର ଗେଟ୍ ଖୋଲିଛି । ଆଉ ୨ଟି ଗେଟ୍ ଖୋଲଯିବ ବୋଲି ହୀରାକୁଦ ଡ୍ୟାମର ମୁଖ୍ୟଯନ୍ତ୍ରୀ ସୂଚନା ଦେଇଛନ୍ତି । ହୀରାକୁଦ ଜଳଭଣ୍ଡାରର ସର୍ବୋଚ୍ଚ ଜଳଧାରଣ କ୍ଷମତା ୬୩୦ ଫୁଟ ଥିବା ବେଳେ ଏବେ ଜଳସ୍ତର ରହିଛି ୬୨୮.୭୧ ଫୁଟ । ଜଳଭଣ୍ଡାରକୁ ୧ ଲକ୍ଷ ୪୨ ହଜାର ୭୨ କ୍ୟୁସେକ୍ ଜଳ ପ୍ରବେଶ କରୁଥିବା ବେଳେ ୭୨ ହଜାର ୧୯୦ କ୍ୟୁସେକ୍ ଜଳ ନିଷ୍କାସିତ ହେଉଛି ।






More Stories
ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ଗାଡ଼ି !…..
ରାଜ୍ୟସଭାରେ ଶପଥ ନେଲେ ଓଡ଼ିଶାରୁ ୩ ସାଂସଦ…..
୨୩ ଜିଲ୍ଲା ପାଇଁ ସ୍ଵତନ୍ତ୍ର ଉନ୍ନୟନ ପରିଷଦ ଘୋଷଣା…..