ରିପୋର୍ଟ କାର୍ଡ / ସମ୍ବଲପୁର
ଜୁଲାଇ ୨୮ ରବିବାରରେ ଖୋଲିବ ହୀରାକୁଦ ଡ୍ୟାମର ଗେଟ୍ । ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ ହେବ । ଉପରମୁଣ୍ଡରେ ବର୍ଷା ଯୋଗୁଁ ଜଳଭଣ୍ଡାର ଜଳସ୍ତର ବୃଦ୍ଧି ହେଉଛି । ଜଳସ୍ତର ବୃଦ୍ଧି ପାଉଥିବାରୁ ହୀରକୁଦ ଗେଟ୍ ଖୋଲିବା ନେଇ ନିଷ୍ପତ୍ତି ନିଆଯାଇଛି । ଏନେଇ ଆଜି ହୀରାକୁଦ ବନ୍ଧ ମୁଖ୍ୟଯନ୍ତ୍ରୀ ସୁଶିଲ ବେହେରାଙ୍କ ପକ୍ଷରୁ ସୂଚନା ମିଳିଛି । ମହାନଦୀ ତଳମୁଣ୍ଡରେ ଥିବା ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କତା ଜାରି କରାଯାଇଛି । ମହାନଦୀ ଉପରମୁଣ୍ଡ ଛତିଶଗଡରେ ପ୍ରବଳ ବର୍ଷା ହେଉଛି । ଚଳିତ ବର୍ଷ ପ୍ରଥମଥର ପାଇଁ ୧ ଲକ୍ଷ ୭୦ ହଜାର ଘନଫୁଟରୁ ଅଧିକ ଜଳ ପ୍ରବେଶ କରୁଛି । ହୀରାକୁଦ ଜଳଭଣ୍ଡାରର ଜଳସ୍ତର ଏବେ ୬୦୫ ଫୁଟରେ ପହଞ୍ଚିଛି । ଗେଟ୍ ଖୋଲିବା ବେଳକୁ ଜଳସ୍ତର ୬୧୫ ଫୁଟ ଥିବ ।






More Stories
ଦେବାଶିଷଙ୍କ ପ୍ରାର୍ଥିପତ୍ର କାଏମ୍…..
ଜଳସମ୍ପଦ ବିଭାଗର ୩ ଯନ୍ତ୍ରୀ ନିଲମ୍ବିତ…..
ଆସୁଛି ବଡ଼ ବର୍ଷା: ଓଡ଼ିଶାରେ ୧୧ରୁ…..